ନବନିର୍ମିତ ପାର୍କ: ପୂର୍ବରୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ

ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ ନବନିର୍ମିତ ପାର୍କକୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଚିକିଟି ଜଳସମ୍ପଦ ବିଭାଜନ ଆନୁକୂଲ୍ୟରେ ୧ କୋଟି ୯୫ ଲକ୍ଷ ୫୫ ହଜାର ୫୧୦ ଟଙ୍କା ବ୍ୟୟ ରେ ଏହି ପାର୍କର ନିର୍ମାଣ କାର୍ଯ୍ୟ ୧୦ ଅପ୍ରେଲ ୨୦୨୩ ରେ ଆରମ୍ଭ ହୋଇ ୯ ମାର୍ଚ୍ଚ ୨୦୨୪ ରେ ଶେଷ ହୋଇଥିଲା। ପୂର୍ବରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଗତ ମାର୍ଚ୍ଚ ୮ରେ ଆଭାସୀ ମାଧ୍ୟମରେ ଏହାର ଉଦ୍‌ଘାଟନ ହୋଇଥିଲେ ମଧ୍ୟ ଗତ ୧୭ ରେ ବିଧାୟକଙ୍କ ଦ୍ବାରା ପୁଣିଥରେ ଉଦ୍‌ଘାଟନ ହେବାକୁ ତାରିଖ ଧାର୍ଯ୍ୟ ହୋଇଥିଲା । କିନ୍ତୁ ଉଦ୍‌ଘାଟନ ପୂର୍ବରୁ କିଛି ଦୁର୍ବୃତ୍ତ ଉଦ୍‌ଘାଟନ ଫଳକକୁ ଭାଙ୍ଗି ଦିଆଯାଇଥିଲା। ଫଳରେ ବିଧାୟକ ଦ୍ୱାରା ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା। ଶୁକ୍ରବାର ମଧ୍ୟାହ୍ନରେ ଚିକିଟି ଜଳସମ୍ପଦ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ସୁବ୍ରତ ପଟ୍ଟନାୟକ, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ, ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୈାଡ, ପୂର୍ବତନ ସରପଞ୍ଚ ତଥା ପୂର୍ବତନ ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ବିଦ୍ୟାଧର ମହାପାତ୍ର, ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରା, ସାମାଜିକ କର୍ମୀ ଉମାକାନ୍ତ ସାହୁ , ଭାଜପା ଯୁବମୋର୍ଚ୍ଚା ଗଞ୍ଜାମ ଜିଲା ଉପସଭାପତି ବାପି ପ୍ରଧାନ, ସମିତି ସଭ୍ୟ ଶରତ ଶବର, ଘୋଡାହାଡ ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ.ଗୋପାଳ ରାଓ, ସହକାରୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ , ଇଂ. ଦେବରାଜ ଗୈାଡ , ଇଂ. କ୍ଷୀରୋଦ ବେହେରା , ବିଭାଗୀୟ କର୍ମଚାରୀ ପ୍ରଦୀପ ଚନ୍ଦ୍ର ମହାନ୍ତିଙ୍କ ସମେତ ଭାଜପାର ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri