ଟେଣ୍ଡର ଅପେକ୍ଷାରେ ନବନର୍ମିତ ଦୋକାନ ଗୃହ, ବ୍ୟବସାୟୀ ହନ୍ତସନ୍ତ

କୋରୁକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଟେଣ୍ଡର ଅପେକ୍ଷାରେ ପଡ଼ି ରହିଛି ଏନ୍‌ଏସିର ଅଧିକାଂଶ ଦୋକାନ ଗୃହ। ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିରେ। ତେବେ ଆଜିକୁ ଦୀର୍ଘ ଦେଢ଼ ବର୍ଷରୁ ଊଦ୍ଧର୍‌ବ ସମୟ ହେବ ବାଲିମେଳା ଏନ୍‌ଏସିର ପ୍ରାୟ ୩୦ଟି ନବନିର୍ମିତ ଦୋକାନ ଗୃହ ନିର୍ମାଣ କରାଯାଇଥିଲେ ମଧ୍ୟ ଏଯାଏ ଆରମ୍ଭ ହୋଇପାରିଲାନି ଟେଣ୍ଡର ପ୍ରକ୍ରିୟା, ଯାହା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ନୂତନ ଦୋକାନ ଗୃହ ଖୋଲିବାକୁ ଚାହିଁ ବସିଥିବା କିଛି ବ୍ୟବସାୟୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏନ୍‌ଏସିର ପ୍ରାୟତଃ ଦୋକାନ ଗୃହ ଲକ୍‌ଡାଉନ ପୂର୍ବରୁ ନିର୍ମାଣ ହୋଇଥିଲା। ଏହି ଷ୍ଟଲଗୁଡ଼ିକ ମଧ୍ୟ ବ୍ୟବହାର ନ ହେଉଣୁ କିଛି ମରାମତି କାର୍ଯ୍ୟ ମଧ୍ୟ ମାଗିଲାଣି। କିନ୍ତୁ ଏଯାଏ ଟେଣ୍ଡର ପ୍ରକ୍ରିୟା ତ୍ୱରାନ୍ବିତ ହୋଇ ନ ଥିବାରୁ ସେଠାରେ ଗୋରୁଗାଈ ଡେରା ପକାଇଥିବା ଦେଖିବାକୁ ମିଳୁଛି। ଏଥିସହିତ ସନ୍ଧ୍ୟାରେ ମଧ୍ୟ ବସଷ୍ଟାଣ୍ଡ ଉପରେ ନିର୍ମାଣ ହୋଇଥିବା ଷ୍ଟଲଗୁଡ଼ିକ ବିଭିନ୍ନ ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଛି। ଏଥିସହିତ ପୁରୁଣା ବସ୍‌ଷ୍ଟାଣ୍ଡ ସମ୍ମୁଖରେ ନିର୍ମାଣ ହୋଇଥିବା ନୂତନ ଦୋକାନ ଗୃହଗୁଡ଼ିକ କିଛି ଅସାଧୁ ବ୍ୟକ୍ତି ମାଡ଼ି ବସି ନିଜର ବ୍ୟବସାୟ ଜାରି ରଖିଥିବା ଦେଖିବାକୁ ମିଳୁଛି। ତେବେ ଟେଣ୍ଡର ପ୍ରକ୍ରିୟାରେ ବିଳମ୍ବ ହେଉଥିବାରୁ ଏପରି ଅଭାବନୀୟ ଘଟଣା ଘଟୁଥିବା ଦେଖିବାକୁ ମିଳୁଛି। କିଛି ଗରିବ ଶ୍ରମିକ ଶ୍ରେଣୀର ବ୍ୟକ୍ତି କିମ୍ବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଲୋକଙ୍କୁ ଟେଣ୍ଡର ପ୍ରକ୍ରିୟାରେ କୌଣସି ସ୍ବତନ୍ତ୍ରତା ନ ଥିବା ଦେଖିବାକୁ ମିଳୁଛି। ଯାହାଦ୍ୱାରା କେବଳ କିଛି ଆଖି ଦୃଶିଆ ଧନୀ ବ୍ୟବସାୟୀ ଟେଣ୍ଡର ପ୍ରକ୍ରିୟାରେ ଭାଗ ନେଇ ଷ୍ଟଲଗୁଡିକ ହାତେଇ ନେଉଥିବା ଦେଖିବାକୁ ମିଳୁଛି। ତେଣୁ ଯଦି ଅନୁସୂଚିତ ଜାତି ଓ ଜନଜାତି ବର୍ଗ ନିମନ୍ତେ କିଛି ଷ୍ଟଲ ସରଂକ୍ଷିତ ରଖି ରିହାତି ମୂଲ୍ୟରେ ସେମାନଙ୍କୁ ଦିଆଯାଇପାରନ୍ତା ତାହେଲେ କିଛି ବ୍ୟବସାୟୀ ଏହାଦ୍ୱାରା ଲାଭବାନ ହୋଇପାରନ୍ତେ ବୋଲି ମତ ପ୍ରକାଶ କରିଛନ୍ତି। ତେଣୁ ତୁରନ୍ତ ଏହି ଟେଣ୍ଡର ପ୍ରକ୍ରିୟାକୁ ତ୍ୱରାନ୍ବିତ କରି ନବନିର୍ମିତ ଷ୍ଟଲ୍‌ଗୁଡ଼ିକ ବ୍ୟବସାୟୀମାନଙ୍କୁ ହସ୍ତାନ୍ତର କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?