ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ତାଙ୍କୁ ତ୍ରିନାଥ ମଳିକ ସହଯୋଗ କରିଥିଲେ। ଶପଥ ନେଇଥିବା କର୍ମକର୍ତ୍ତାମାନେ ହେଲେ ସଭାପତି ସନ୍ତୋଷ କୁମାର ନାୟକ, ଉପସଭାପତି ରଜତ କୁମାର ଦାସ, ସମ୍ପାଦକ ଧୀରେନ କୁମାର ସ୍ବାଇଁ, ସହ ସମ୍ପାଦିକା ସ୍ନିଗ୍ଧା ରାଣୀ ଦାସ, କୋଷାଧ୍ୟକ୍ଷ ମଧୁସୂଦନ ପଣ୍ଡା,କାର୍ଯ୍ୟକାରୀ କମିଟି ସଭ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ, ସନ୍ଧ୍ୟାରାଣୀ ତ୍ରିପାଠୀ, ସଭ୍ୟ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ସନ୍ତୋଷ କୁମାର ତିଆଡ଼ି ଓ ଜ୍ୟୋତି ରଞ୍ଜନ ପ୍ରଧାନ । ଏହି ଅବସରରେ ନବ ନିର୍ବାଚିତ ସଭାପତି ନାୟକ ବାର ଆସୋସିଏଶନକୁ ଆଗକୁ ନେବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri