ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ପ୍ରକାଶ ଚନ୍ଦ୍ର ତ୍ରିପାଠୀ ଉପସଭାପତି ଦୁର୍ଗାଚରଣ ଦାଶ, ସଂପାଦକ ରବୀନ୍ଦ୍ର କୁମାର ସାହୁ, ଯୁଗ୍ମ ସମ୍ପାଦକ ରାମଚନ୍ଦ୍ର ଆଚାର୍ଯ୍ୟ ଶପଥ ଗ୍ରହଣ କରିଥିଲେ। ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ବେହେରା, ବରିଷ୍ଠ ଆଇନଜୀବୀ ବାସୁଦେବ ଜେନା ସେମାନଙ୍କୁ ଶପଥପାଠ କରାଇଥିବା ବେଳେ ସଂଘପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ପୂର୍ବତନ ସଭାପତି କୃଷ୍ଣଚନ୍ଦ୍ର ଗୌଡ଼ ନୂତନ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ସଂଘର ବିକାଶ ଲାଗି ନବନିର୍ବାଚିତ କର୍ମକର୍ତ୍ତାମାନେ ସମସ୍ତ ସଭ୍ୟଙ୍କ ସହଯୋଗ ଲୋଡ଼ିଛନ୍ତି।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଓକିଲ ଦେବେନ୍ଦ୍ର ମହାପାତ୍ର, ଅରୁଣ କୁମାର ପଣ୍ଡା, ଜଗନମୋହନ ପଟ୍ଟନାୟକ, ଉପେନ୍ଦ୍ର ପଣ୍ଡା, ଗୌରୀଶଙ୍କର ରାଉଳ, ପ୍ରଭାତ କୁମାର ପଟ୍ଟନାୟକ, ନିରଞ୍ଜନ ବେହେରା, ଅମରେଶ ତ୍ରିପାଠୀ, ପ୍ରଭାତ କୁମାର ଦାଶ, ସନ୍ତୋଷ କୁମାର ସେଠୀ, ପ୍ରଫୁଲ ପଣ୍ଡାଙ୍କ ସମେତ ବହୁ ଓକିଲ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri