ନବବିବାହିତାଙ୍କୁ ହତ୍ୟା ଅଭିଯୋଗ

ରସୁଲପୁର,୨।୧୦(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତ ଓରାଳି ଗ୍ରାମରେ ଶୁକ୍ରବାର ରାତିରେ ଜଣେ ନବ ବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗ୍ରାମର ରାଜକିଶୋର ମଳିକଙ୍କ ସ୍ତ୍ରୀ ପିଙ୍କି ପ୍ରଧାନ। ଏ ସମ୍ପର୍କରେ ପିଙ୍କିଙ୍କ ବାପା ରଞ୍ଜନ ପ୍ରଧାନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଶାଶୁଘର ଲୋକେ ତାଙ୍କୁ ପିଟି ଦରମରା କରିବା ପରେ ତଣ୍ଟି ଚିପି ମାରି ଦେଇଛନ୍ତି। ପରେ ଏହାକୁ ଆତ୍ମହତ୍ୟାରୂପ ଦେବାକୁ ଚେଷ୍ଟା କରିଛନ୍ତି ବୋଲି ସେ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଅନ୍ୟପକ୍ଷରେ ପିଙ୍କିଙ୍କ ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା ବୋଲି କହିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ପ୍ରଥମେ ଥାନାରେ ନଂ-୧୭/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବାବେଳେ ପରେ ନଂ.୩୦୨/୨୨ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।
ସୂଚନା ଅନୁସାରେ, ଗତ ଏପ୍ରିଲ ୧୪ରେ ଓରାଳି ଗ୍ରାମର ରାଜକିଶୋର ପିଙ୍କିଙ୍କୁ ତାଙ୍କ ଘରୁ ନେଇ ପଳାଇ ଆସିଥିଲେ। ପରେ ଉଭୟଙ୍କ ବିବାହ ହୋଇଥିଲା। ମାତ୍ର ବିବାହର କିଛି ଦିନପରେ ପିଙ୍କିଙ୍କୁ ତାଙ୍କ ଶାଶୁଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିଲେ। ଏ ସମ୍ପର୍କରେ ଫିଙ୍କି ବାପଘର ଲୋକଙ୍କୁ ଫୋନରେ ଜଣାଇ ଆସୁଥିଲେ। ତେବେ ଶାଶୁଘର ଲୋକଙ୍କ ସହ ମିଶି ଚଳିବାକୁ ପିଙ୍କିଙ୍କୁ ତାଙ୍କ ମା’ବାପା ଓ ପରିବାରର ସଦସ୍ୟମାନେ ବୁଝାଇ କହୁଥିଲେ। ତେବେ ଦିନକୁ ଦିନ ନିର୍ଯାତନା ବଢୁଥିଲା। ମାତ୍ର ଏହାଜାଣି ବି ବାପଘର ଲୋକେ ଝିଅକୁ ଦେଖା କରିବାକୁ ଆସୁ ନ ଥିଲେ। ଏହି ସୁଯୋଗରେ ରାଜକିଶୋର ଓ ତାଙ୍କ ମା’ମଞ୍ଜୁଲତା ପିଙ୍କିକୁ ମାରିଦେଇ ଆତ୍ମହତ୍ୟାର ରୂପ ଦେଇଛନ୍ତି। ରାଜକିଶୋର ପିଙ୍କିଙ୍କ ଭାଇ ଅଜୟ ପ୍ରଧାନଙ୍କୁ ଫୋନ ଯୋଗେ ପିଙ୍କି ମରି ଯାଇଥିବା ସମ୍ପର୍କରେ ଜଣାଇଥିଲେ। ତେବେ ରାତି ଅଧିକ ହୋଇଥିବାରୁ ସେମାନେ ଓରାଳି ଗାଁକୁ ଆସିପାରି ନ ଥିଲେ। ପିଙ୍କିକୁ ମାରି ଦେଇ ଚିକିତ୍ସା କରିବା ଆଳରେ ଶାଶୁଘର ଲୋକେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସା କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ପିଙ୍କିକୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ତଦନ୍ତ କରାଯାଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପିଙ୍କିଙ୍କ ବାପା ଥାନାରେ ଦେଇଥିବା ଅଭିଯୋରେ ଉଲ୍ଲେଖ କରିଛନ୍ତି। ପିଙ୍କି ଆତ୍ମହତ୍ୟା କରିଥିବା ଶାଶୁଘର ଲୋକଙ୍କଠାରୁ ଖବର ପାଇବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri