ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ ଆଣିଲେ ବାପା

ଦିଗପହଣ୍ଡି,୧୨ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା କଲରାପଦର ଗ୍ରାମର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ରାଜେନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ସାହୁ। ରବିବାର ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ,ସାଇଣ୍ଟିଫିକ ଟିମ ସହ ତଦନ୍ତକାରୀ ଅଧିକାରୀ ଏସଆଇ ହିମାଂଶୁ ପାତ୍ର ଗାଁରେ ପହଞ୍ଚି ତଦନ୍ତ କରିଥିଲେ। ପରେ ପୋଲିସ ପୁଷ୍ପାଞ୍ଜଳିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଥିବା ପୁଷ୍ପାଞ୍ଜଳିଙ୍କ ବାପା ଗଙ୍ଗାଧର ସାହୁ ପାଟପୁର ଥାନାରେ ଏତଲା ଦେଇଛନ୍ତି।

ଶେରଗଡ଼ ଥାନା ଚିକିଲି ଗ୍ରାମର ପୁଷ୍ପାଞ୍ଜଳିଙ୍କ ୨୦୨୪ ଜୁଲାଇ ୨୫ ତାରିଖରେ କଲରାପଦର ଗ୍ରାମର ରାଜେନ୍ଦ୍ରଙ୍କ ସହ ବିବାହ ହୋଇଥିଲା। ସ୍ବାମୀ ଓ ଶାଶୁର ଘର ଲୋକଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ହେଲେ ବିବାହ ସମୟରେ ତୁଟିଥିବା ୩୦ ହଜାର ଯୌତୁକ ଟଙ୍କା ଦିଆଯାଇ ନ ଥିଲା। ବିବାହର କିଛିଦିନ ହସଖୁସିରେ ବିତିବା ପରେ ୩୦ ହଜାର ଟଙ୍କା ବାପଘରୁ ଆଣିବା ପାଇଁ ରାଜେନ୍ଦ୍ର ଓ ତାଙ୍କ ପରିବାର ଲୋକେ ପୁଷ୍ପାଞ୍ଜଳିଙ୍କୁ କଟୁ କଥା କହୁଥିଲେ।

ରାଜେନ୍ଦ୍ର ଚେନ୍ନାଇରେ କାମ କରୁଥିବାରୁ ସେ କିଛିଦିନ ପରେ ଚାଲିଯାଇଥିଲେ। ସପ୍ତାହେ ତଳେ ସେ ଗାଁକୁ ଫେରିଥିଲେ। ଶନିବାର ରାତିରେ ପୁଷ୍ପା ମାନସିକ ଭାରସାମ୍ୟ ହରାଇ ଘରେ ରସି ଲଗାଇ ଆତ୍ମହତ୍ୟା କରିଥିବା ରାଜେନ୍ଦ୍ର ତାଙ୍କ ଶଶୁରଙ୍କୁ ଜଣାଇଥିଲେ। ଅନ୍ୟପକ୍ଷରେ ଝିଅକୁ ଶାଶୁଘର ଲୋକେ ମାରିଦେବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ଉଦ୍ୟମ କରିଥିବା ପୁଷ୍ପ୍‌ାଞ୍ଜଳିଙ୍କ ବାପା ଗଙ୍ଗାଧର ଏତଲାରେ ଦର୍ଶାଇଛନ୍ତି। ଏ ନେଇ ନଂ.୨୯/୨୫ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri