Posted inଜାତୀୟ

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ ସହଯୋଗୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ଷଡ଼ଯନ୍ତ୍ର ପଛରେ ମହିଳାଙ୍କ ପରକୀୟା ପ୍ରୀତି ରହିଥିବା କୁହାଯାଉଛି। ପୋଲିସ ତନ୍ନୁ ନାମ୍ନୀ ଉକ୍ତ ମହିଳାଙ୍କ ସମେତ ହରିଓମ୍‌ ନାମକ ବ୍ୟକ୍ତିଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରେ ମହିଳାଙ୍କ ପ୍ରେମିକ ସୋନୁ ଓ ତାଙ୍କ ସହଯୋଗୀ ଅମନ ରହିଛନ୍ତି।

ପୋଲିସ କହିବା ଅନୁଯାୟୀ, ଜରଧାଲ ଗ୍ରାମର ମୋନୁ ଗତ ମାସ ୮ ତାରିଖ ରାତିରେ ଔଷଧ କିଣିବା ପାଇଁ ଯାଇ ଫେରି ନ ଥିଲେ। ବାପା ରାତନ ଲାଲ୍‌ଙ୍କ ଅଭିଯୋଗ ଆଧାରରେ ୯ ତାରିଖରେ କସୋଲା ଥାନାରେ ନିଖୋଜ ମାମଲା ରୁଜୁ ହୋଇଥିଲା। ୧୦ ତାରିଖରେ ମୋନୁଙ୍କ ମୃତଦେହ ଅସଲଓ୍ବାସ କେନାଲରୁ ମିଳିଥିବା ବେଳେ ତାଙ୍କ ସ୍କୁଟର କେନାଲ କୂଳରେ ପଡ଼ିରହିଥିଲା। ମୋନୁଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ସନ୍ଦେହ କରିଥିଲେ। ତଦନ୍ତରୁ ଜଣାପଡ଼ିଥିଲା ଯେ ମୋନୁ କିଛିଦିନ ପୂର୍ବରୁ ବିବାହ କରିଥିଲେ। ତେବେ ତାଙ୍କ ସ୍ତ୍ରୀ ତନ୍ନୁଙ୍କର ସୋନୁ ନାମକ ଯୁବକଙ୍କ ସହ ପ୍ରେମ ସମ୍ପର୍କ ଥିବାରୁ ସେ ବିବାହକୁ ନେଇ ଖୁସି ନ ଥିଲେ। ତେଣୁ ମୋନୁଙ୍କୁ ହତ୍ୟା କରିବା ପାଇଁ ସେମାନେ ଷଡ଼ଯନ୍ତ୍ର ପ୍ରସ୍ତୁତ କରିଥିଲେ ବୋଲି ବଓ୍ବାଲ ଡିଏସ୍‌ପି ସୁରେନ୍ଦ୍ର ଶେଓରନ୍‌ କହିଛନ୍ତି। ତଦନୁଯାୟୀ ତନ୍ନୁ ଜୁନ୍‌ ୮ ତାରିଖ ରାତିରେ ମୋନୁଙ୍କୁ କସୋଲି ଗ୍ରାମକୁ ଡାକିଥିଲେ। ସୋନୁ ସେଠାକୁ ହରିଓମ୍‌ ଏବଂ ଅମନ ନାମକ ୨ ସହଯୋଗୀଙ୍କୁ ପଠାଇଥିଲେ। ମୋନୁ ସେଠାରେ ପହଞ୍ଚତ୍ବା ପରେ ସେମାନେ ତାଙ୍କୁ ଧରିନେଇ ତାଙ୍କ ପାଟି ଓ ନାକକୁ ବନ୍ଦ କରିଦେଇଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା କିମ୍ବା ସେ ସମ୍ପୂର୍ଣ୍ଣ ଅଚେନ ହୋଇଯାଇଥିଲେ। ଅଭିଯୁକ୍ତମାନେ ତାଙ୍କୁ ପାଖ କେନାଲରେ ଫିଙ୍ଗିଦେଇଥିଲେ। ତେବେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ଫୋରେନ୍‌ସିକ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଡିଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri