ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍‌ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ। ସୂରଜ ବେଙ୍ଗାଲୁରୁରୁ ମହାରାଷ୍ଟ୍ରର ନାଗପୁର ଯାଇ ଶନିବାର ସେଠାରେ ଆତ୍ମହତ୍ୟା କରିଥିବାବେଳେ ସାଙ୍ଗରେ ଯାଇଥିବା ତାଙ୍କ ମାଆ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।
ବାହାଘର ପରେ ଉଭୟ ହନିମୁନ୍‌ ପାଇଁ ଶ୍ରୀଲଙ୍କା ଯାଇଥିଲେ। ତେବେ ବିବାଦ ଦେଖାଦେବାରୁ ସେମାନେ ହନିମୁନ୍‌କୁ କାଟଛାଣ୍ଟ କରି ଗତ ସପ୍ତାହରେ ବେଙ୍ଗାଲୁରୁ ଫେରିଥିଲେ। ଶାଶୁଘରେ ଗାନ୍‌ଭି ପ୍ରତ୍ୟାଖ୍ୟାତ ଓ ଅପମାନର ସମ୍ମୁଖୀନ ହେବାରୁ ବାପଘର ଲୋକେ ଝିଅକୁ ନିଜ ପାଖକୁ ନେଇଯାଇଥିଲେ। ଗତ ମଙ୍ଗଳବାର ଗାନ୍‌ଭି ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କୁ ବ୍ରେନ୍‌ ଡେଡ୍‌ ଘୋଷଣା କରି ଭେଣ୍ଟିଲେଟରରେ ରଖିଥିବାବେଳେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଯୌତୁକ ନିର୍ଯାତନା ଅଭିଯୋଗ ଆଣି ସୂରଜ ଓ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ସେମାନଙ୍କ ଗିରଫ ପାଇଁ ଘର ଆଗରେ ବିକ୍ଷୋଭ କରିଥିଲେ। ସୂରଜ ଓ ତାଙ୍କ ମା’ ଜୟନ୍ତୀ ନାଗପୁର ପଳାଇଥିଲେ। ସେଠାରେ ଏକ ହୋଟେଲରେ ଉଭୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସୂରଜଙ୍କ ମୃତ୍ୟୁ ଘଟିଥିବାବେଳେ ଜୟନ୍ତୀ ହସ୍ପିଟାଲରେ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଯିବ ଓଡ଼ିଶାର ଉଦନ୍ତୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri