ଲୁଚିଛପି ବିବାହ ପରେ ଏବେ ହନିମୁନ୍‌ରେ ଶାହିର

ବମ୍ବେ: ଟେଲିପରଦାର ହ୍ୟାଣ୍ଡସମ ହଙ୍କ ଶାହିର ସେଖ ବିବାହ ପରେ ଏବେ ହନିମୁନ୍‌ରେ। ପ୍ରେମିକା ରୁଚିକା କପୁରଙ୍କୁ ଲୁଚିଛପି ବିବାହ କରିବା ପରେ ଏବେ ଭୁଟାନରେ ଉଭୟ ପରସ୍ପର ସହ ସମୟ ବିତାଉଛନ୍ତି। ସେଠାକାର ପାହାଡ ଓ ତାର ସବୁଜିମାକୁ ମନଭରି ଉପଭୋଗ କରୁଛନ୍ତି ସେମାନେ। ନିଜର ସୋସିଆଲ ପୃଷ୍ଠାରେ ରୁଚିକାଙ୍କ ସହ ପାହାଡ ଉପରେ ବସିଥିବାର ଫଟୋ ଶେୟାର କରି ଏହା କହିଛନ୍ତି ଶାହିର।

ଏକାଧିକ ଥର କସୌଟି ଜିନ୍ଦେଗୀ କି’ର ଅଭିନେତ୍ରୀ ଏରିକାଙ୍କ ସହ ଶାହିରଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହୋଇଥିଲା। ହେଲେ ତାହା ବେଶି ଦିନ ଚାଲି ନ ଥିଲା। ଏହାପରେ ରୁଚିକାଙ୍କ ପ୍ରେମରେ ପଡ଼ିଥିଲେ ଶାହିର। ଦୀର୍ଘଦିନ ଧରି ଡେଟ୍‌ କରିବା ପରେ ଶେଷରେ ବିବାହ କରିନେଇଛନ୍ତି ସେ। ହେଲେ ବିବାହଟି ଧୁମ୍‌ଧାମରେ ହୋଇପାରିନାହିଁ। କରୋନା କଟକଣାକୁ ନେଇ ଉଭୟ କେବଳ କୋର୍ଟରେ ବିବାହ କରିଛନ୍ତି। ପରବର୍ତ୍ତୀ ସମୟରେ ବିବାହ ଭୋଜିର ଆୟୋଜନ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?