ନବବିବାହିତାଙ୍କ ଆତ୍ମହତ୍ୟା ପରେ ତରବରିଆ ଭାବେ କରିଥିଲେ ଅନ୍ତିମ ସଂସ୍କାର, ସ୍ବାମୀ ଅଟକ

ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ଆତ୍ମହତ୍ୟା ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ଥାନାରେ ପୋଲିସ ଅଟକ ରଖି ତଦନ୍ତ ଚଳାଇଛନ୍ତି। ଗତ ୨୦ ତାରିଖରେ ଗ୍ରାମର ନୂଆସାହିରେ ରହୁଥିବା ତାଳପୁର ଗ୍ରାମର ସୁରେନ୍ଦ୍ର ସାହୁଙ୍କ କନ୍ୟା ସ୍ମୃତି ସିଙ୍ଗପୁର ଗ୍ରାମ ଲୁଣ୍ଡା ସାହିର ସୁଜିତଙ୍କୁ ବିବାହ କରିଥିଲେ। ପରକୀୟା ପ୍ରୀତିକୁ ନେଇ ସ୍ବାମୀ- ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗ ରହୁଥିଲା। ଏଥିରେ ମାନସିକ ଭାରସାମ୍ୟ ହରାଇ ସ୍ମୃତି ମଙ୍ଗଳବାର ରାତିରେ ଘର ଭିତରେ ରସି ଲଗାଇ ଆତ୍ମହତ୍ୟା କରିଥିଲେ। ପରେ ଅତି ତରବରିଆ ଭାବେ ପରିବାରଲୋକେ ପୋଲିସକୁ ଖବର ନଦେଇ ଗାଁ ଶ୍ମଶାନରେ ସ୍ମୃତିଙ୍କ ଅନ୍ତିମ ସଂସ୍କାର କରି ଦେଇଥିଲେ। ବୁଧବାର ସକାଳେ ସ୍ମୃତିଙ୍କ ଭାଇ ଶିବଶଙ୍କର ସାହୁ ଏନେଇ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୨୩୩/୨୫ ଅନୁଯାୟୀ ଅଭିଯୁକ୍ତ ସ୍ବାମୀ ଓ ଶାଶୁ ଙ୍କ ନାଁ ରେ ମକଦ୍ଦମା ରୁଜୁ କରିଥିଲେ। ପୋଲିସ ସାଇଣ୍ଟିଫିକ ଟିମ ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ଘଟଣାର ସବିଶେଷ ତଦନ୍ତ କରିବାସହ ଶ୍ମଶାନରୁ ସ୍ମୃତିଙ୍କ ହାଡ଼ ପାଉଁଶ ଜବତ କରି ଫରେନସିକ ପରୀକ୍ଷା ନିମନ୍ତେ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri