ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ଯୌତୁକଜନିତ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗୁଣପୁର,୧୦।୨(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଗଣେଶ ନଗରଠାରେ ରହୁଥିବା ଜଣେ ନବବଧୂଙ୍କ ରବିବାର ବିଳମ୍ବିତ ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ରଶ୍ମି ରଞ୍ଜନୀ ବଡ଼କୁମାର। ତେବେ ଯୌତୁକ ପାଇଁ ଝିଅକୁ ହତ୍ୟାକରାଯାଇଥିବା ମୃତ ମହିଳାଙ୍କ ବାପା କୁଞ୍ଜବିହାରୀ ବଡ଼କୁମାର ସୋମବାର ଗୁଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପୋଲିସ ମୃତକଙ୍କ ସ୍ବାମୀ, ଶାଶୁ, ଶ୍ବଶୁରଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରଥିବା ରାୟଗଡ଼ା ଅତିରିକ୍ତ ଏସ୍‌ପି ସ୍ବସ୍ତିକ ପଣ୍ଡା ସୂଚନା ଦେଇଛନ୍ତି।

ମୃତକଙ୍କ ବାପା କୁଞ୍ଜଙ୍କ ଅଭିଯୋଗ ଅନୁଯାୟୀ, ଝିଅ ଅସୁସ୍ଥ ଥିବା କହି ଜ୍ୱାଇଁଙ୍କ ପରିବାର ଲୋକେ ତାଙ୍କୁ ରବିବାର ବିଳମ୍ବିତ ରାତିରେ ଡାକିଥିଲେ। ତେବେ ସେମାନେ ଆସି ପହଞ୍ଚତ୍ବା ପରେ ଝିଅର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ। ଝିଅକୁ ଯୌତୁକଜନିତ ହତ୍ୟା କରାଯାଇଥିବା ନେଇ ସେ ଗୁଣପୁର ଥାନାରେ ଏତଲା ଦେଇଛନ୍ତି। ଝିଅକୁ ବିବାହଦେବା ପରଠୁ ଶ୍ୱଶୁରଘର ଲୋକେ ଯୌତୁକଜନିତ ନିର୍ଯାତନା ଦେଉଥିବା ସେ ଏତଲାରେ ଦର୍ଶାଇଛନ୍ତି । ପୋଲିସ ଘଟଣାର ତଦନ୍ତକରିବା ସହ ମୃତଦେହ ଜବତ କରି ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରଯାଇଛି।

ସୂଚନାରୁ ଜଣାଯାଏ, ଗଜପତି ଜିଲା ପାରଳାଖେମୁଣ୍ଡି ସହର ବିଦ୍ୟାନଗର ଅଞ୍ଚଳର ରଶ୍ମିରଞ୍ଜନୀ ୩ ଜୁଲାଇ ୨୦୨୪ରେ ରାୟଗଡ଼ା ଜିଲା ଚନ୍ଦ୍ରପୁର ଗ୍ରାମର ଶରତ ଚନ୍ଦ୍ର ମାଝିଙ୍କ ପୁଅ ଦେବାଶିଷ ମାଝିଙ୍କୁ ବିବାହ କରିଥିଲେ। ନବବଧୂ ଜଣକ ଜଣେ ପୋଷ୍ଟାଲ କର୍ମଚାରୀ ଥିବା ବେଳେ ଦେବାଶିଷ ପୋଲିସ କନଷ୍ଟେବଲ ଚାକିରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri