ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।

ଏନେଇ ଥାନାରେ ଏକ ମାମଲା(ନଂ.୨୩୩/୨୫) ରୁଜୁ ହୋଇଛି। ସୁଜିତଙ୍କ ଜାମିନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ମଙ୍ଗଳବାର ରାତିରେ ସ୍ମୃତିଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଥିଲା। ତରବରିଆ ଭାବେ ପରିବାର ଲୋକେ ପୋଲିସକୁ ଖବର ନ ଦେଇ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରି ଦେଇଥିଲେ।

ବୁଧବାର ସକାଳେ ସ୍ମୃତିଙ୍କ ଭାଇ ଶିବଶଙ୍କର ସାହୁ ପାଟପୁର ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।

ପାଟପୁର ପୋଲିସ ଏବଂ ସାଇଣ୍ଟିଫିକ ଟିମ୍‌ ସ୍ମୃତିଙ୍କ ଶଶୁର ଘରେ ପହଞ୍ଚି ସରଜମିନ ତଦନ୍ତ କରିବା ସହ ସାନଖେମୁଣ୍ଡି ତହସିଲଦାର ତଥା ଏକ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ଗାଁ ଶ୍ମଶାନରୁ ସ୍ମୃତିଙ୍କ ହାଡ଼ ପାଉଁଶ ଜବତ କରି ପରୀକ୍ଷା ପାଇଁ ପଠାଇଥିଲେ।

ପ୍ରକାଶ ଯେ, ଗତ ୨୦ ତାରିଖରେ ଗ୍ରାମର ନୂଆସାହିରେ ରହୁଥିବା ତାଳପୁର ଗ୍ରାମର ସୁରେନ୍ଦ୍ର ସାହୁଙ୍କ କନ୍ୟା ସ୍ମୃତି ସିଙ୍ଗପୁର ଗ୍ରାମ ଲୁଣ୍ଡା ସାହିର ସୁଜିତଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ମୁତାବକ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ବିବାହ ପରଠାରୁ ପରକୀୟା ପ୍ରୀତିକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ଏପରି କି ତାଙ୍କୁ ସ୍ବାମୀ ଓ ଶାଶୁ ମାନସିକ ନିର୍ଯାତନା ଦେଉଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ଅପରପକ୍ଷରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ସ୍ମୃତି ମଙ୍ଗଳବାର ରାତିରେ ଘରେ ରସି ଲଗାଇ ଆତ୍ମହତ୍ୟା କରିଥିଲେ ବୋଲି ଅଭିଯୁକ୍ତ ସ୍ବାମୀ ପୋଲିସ ନିକଟରେ ବୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri