ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।

ଏନେଇ ଥାନାରେ ଏକ ମାମଲା(ନଂ.୨୩୩/୨୫) ରୁଜୁ ହୋଇଛି। ସୁଜିତଙ୍କ ଜାମିନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ମଙ୍ଗଳବାର ରାତିରେ ସ୍ମୃତିଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଥିଲା। ତରବରିଆ ଭାବେ ପରିବାର ଲୋକେ ପୋଲିସକୁ ଖବର ନ ଦେଇ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରି ଦେଇଥିଲେ।

ବୁଧବାର ସକାଳେ ସ୍ମୃତିଙ୍କ ଭାଇ ଶିବଶଙ୍କର ସାହୁ ପାଟପୁର ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।

ପାଟପୁର ପୋଲିସ ଏବଂ ସାଇଣ୍ଟିଫିକ ଟିମ୍‌ ସ୍ମୃତିଙ୍କ ଶଶୁର ଘରେ ପହଞ୍ଚି ସରଜମିନ ତଦନ୍ତ କରିବା ସହ ସାନଖେମୁଣ୍ଡି ତହସିଲଦାର ତଥା ଏକ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ଗାଁ ଶ୍ମଶାନରୁ ସ୍ମୃତିଙ୍କ ହାଡ଼ ପାଉଁଶ ଜବତ କରି ପରୀକ୍ଷା ପାଇଁ ପଠାଇଥିଲେ।

ପ୍ରକାଶ ଯେ, ଗତ ୨୦ ତାରିଖରେ ଗ୍ରାମର ନୂଆସାହିରେ ରହୁଥିବା ତାଳପୁର ଗ୍ରାମର ସୁରେନ୍ଦ୍ର ସାହୁଙ୍କ କନ୍ୟା ସ୍ମୃତି ସିଙ୍ଗପୁର ଗ୍ରାମ ଲୁଣ୍ଡା ସାହିର ସୁଜିତଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ମୁତାବକ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ବିବାହ ପରଠାରୁ ପରକୀୟା ପ୍ରୀତିକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ଏପରି କି ତାଙ୍କୁ ସ୍ବାମୀ ଓ ଶାଶୁ ମାନସିକ ନିର୍ଯାତନା ଦେଉଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ଅପରପକ୍ଷରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ସ୍ମୃତି ମଙ୍ଗଳବାର ରାତିରେ ଘରେ ରସି ଲଗାଇ ଆତ୍ମହତ୍ୟା କରିଥିଲେ ବୋଲି ଅଭିଯୁକ୍ତ ସ୍ବାମୀ ପୋଲିସ ନିକଟରେ ବୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?