ନବବଧୂଙ୍କ ସନ୍ଦେହ ଜନକ ମୃତ୍ୟୁ: ମେଡିକାଲରେ ଉତ୍ତେଜନା

ପାପଡାହାଣ୍ଡି,୨୦।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ସଦର ଭିମାସାହିରେ ଜଣେ ନବବଧୂଙ୍କ ଶନିବାର ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଏ ନେଇ ଉତ୍ତେଜନା ଦେଖାଦେଇଛି । ନବବଧୂଙ୍କ ବାପଘର ଲୋକେ ଏହାକୁ ଯୌତୁକ ଜନିତ ହତ୍ୟା କାଣ୍ଡ କହି ଥାନାରେ ଅଭିଯୋଗ ଦେଇଥିବା ବେଳେ ଶାଶୁଘର ଲୋକେ ଫାଶି ଦେଇ ଆତ୍ମହତ୍ୟା କରିଥିବା କହିଛନ୍ତି ।
ସୂଚନାଯୋଗ୍ୟ, ଭିମାସାହିର ଶିକ୍ଷକ ସୁଦାମ ସେଠୀ ମାଲକାନଗିରି ଜିଲା କେନାଲ କଲୋନୀର ଗୀତା ସେଠୀଙ୍କୁ ୬ ମାସ ତଳେ ବିବାହ କରିଥିଲେ। ତେବେ ଶୁକ୍ରବାର ଅପରାହ୍ନରେ ଗୀତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ସୁଦାମ ଗୀତାଙ୍କ ବାପାଘରକୁ ଖବର କରିଥିଲେ। ପରେ ତାଙ୍କ ପରିବାର ଲୋକେ ଯୌତୁକ ଜନିତ କାରଣରୁ ଝିଅକୁ ସ୍ବାମୀ, ନଣନ୍ଦ, ଶାଶୁ ଓ ଭଣଜା ନିର୍ଯାତନା ଦେଉଥିବା ତାକୁ ମାରିଦେଇଥିବା ନେଇ ଥାନାରେ ଏତଲା ଦେଇଥିଲେ। ଶନିବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟଣାକୁ କେନ୍ଦ୍ରକରି ଉଭୟ ପକ୍ଷ ମହିଳା ମାରପିଟ ହୋଇଥିଲା। ପରେ ଏସ୍‌ଡିପିଓ ଆଦିତ୍ୟ ସେନ, ଆଇଆଇସି ଦୀପକ କୁମାର ଜେନା ବୁଝାଶୁଝା କରିଥିଲେ। ଅଭିଯୁକ୍ତମାନଙ୍କୁ ଗିରଫ ନ ହେବା ପର୍ଯ୍ୟନ୍ତ ମୃତଦେହ ବ୍ୟବଚ୍ଛେଦ କରିବୁ ନାହିଁ ସେମାନେ ଜିଦ ଧରିଥିଲେ। ପରେ ପୋଲିସ ୭ ଦିନ ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ଲାଗି ପ୍ରତିଶ୍ରୁତି ଦେବା ପରେ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଯାଇଥିଲା । ଏ ନେଇ ଥାନାରେ କେସ ନମ୍ବର ୩୭ /୨୪ରେ ମାମଲା ରୁଜୁ ହୋଇଛି । ଶାଶୁଘର ଲୋକେ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri