ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ ଜିଲାର ୩ଟି ଉପଖଣ୍ଡ ଯଥା ଭଞ୍ଜନଗର, ଛତ୍ରପୁର ଓ ବ୍ରହ୍ମପୁରଠାରେ ୩ଟି ପ୍ରଶିକ୍ଷଣ ଓ ଉତ୍ପାଦନ ତାଲିମ କେନ୍ଦ୍ର ଖୋଲୁଛି। ଭଞ୍ଜନଗର ଉପଖଣ୍ଡ ତାଲିମ କେନ୍ଦ୍ର ସ୍ଥାନୀୟ ସିଟି ସ୍କୁଲ ପରିସରରେ ଖୋଲିବ। ଏଥିପାଇଁ ୨୦ ଲକ୍ଷ ଟଙ୍କା ବ୍ୟୟରେ ଭିତ୍ତିଭୂମି ପ୍ରସ୍ତୁତି ଚାଲିଛି। ଖୁବଶୀଘ୍ର ତାହା ଉଦଘାଟନ ହେବାକୁ ଯାଉଛି। ଏହା ପୂର୍ବରୁ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରା ଉକ୍ତ କେନ୍ଦ୍ରର କାର୍ଯ୍ୟ ଅଗ୍ରଗତି ନେଇ ସୋମବାର ସମୀକ୍ଷା କରିଛନ୍ତି। ବଳକା ଥିବା କାମ ଖୁବଶୀଘ୍ର କିଭଳି ସରିବ ସେଥିପାଇଁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ବିଭଗୀୟ ଯନ୍ତ୍ରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉପ ଜିଲାପାଳଙ୍କ ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ସହକାରୀ ଯନ୍ତ୍ରୀ ରବିନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏଠାରେ ୫୦ଜଣ ତାଲିମ ନେବା ବ୍ୟବସ୍ଥା ହୋଇଛି। ଦିଲ୍ଲୀର ଏକ ଅନୁଷ୍ଠାନ ଆଭାସୀ ମାଧ୍ୟମରେ ତାଲିମ ଦେବେ। ଏଥିସହ ଉପଖଣ୍ଡର ଦକ୍ଷ ଅଧିକାରୀମାନେ ପର୍ଯ୍ୟାୟକ୍ରମେ ତାଲିମ ଦେବେ। କାମ ଅଗ୍ରଗତି ନେଇ ଜିଲାପାଳ ବୁଧବାର ଅପରାହ୍ନରେ ଉକ୍ତ କେନ୍ଦ୍ର ପରିଦର୍ଶନ କରିବେ। ଏହାପରେ ତାହାକୁ ଆସନ୍ତା ସପ୍ତାହରେ ଉଦଘାଟନ କରିବା ଯୋଜନା ଅଛି। ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ତାଲିମ ନେବାପାଇଁ ଅନେକ ଶିକ୍ଷିତ ଯୁବତୀଯୁବକ ଆବେଦନ କରିଥିଲେ। ସେଥିମଧ୍ୟରୁ ୩ଟି କେନ୍ଦ୍ର ପାଇଁ ୧୫୦ ଜଣ ଚୟନ ହୋଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri