ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା

ଭୁବନେଶ୍ୱର,୬।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଏସ୍‌କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ସମସ୍ତ ଗାଁ ଗହଳିର ଲୋକେ ଏହି ସୁବିଧା ପାଇବେ। ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ’ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି ।
ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର। ଏଣୁ ମୋ ପରିବାରର ଲୋକମାନେ କିପରି ସୁସ୍ଥ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।

ସୂଚନାଯୋଗ୍ୟ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।

ଏବେ ବିଏସ୍‌କଓ୍ବୋଇ ନବୀନ କାର୍ଡ ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ। ୫-ଟି ଅଧ୍ୟକ୍ଷଙ୍କ ଜିଲାଗସ୍ତ ସମୟରେ ଗ୍ରାମାଞ୍ଚଳର ବିଏସ୍‌କଓ୍ବୋଇ ପାଇବାରୁ ବଞ୍ଚିତ ଲୋକେ ଏହି ଯୋଜନାରେ ସାମିଲ ହେବା ପାଇଁ ଅନୁରୋଧ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ ବିଏସ୍‌କଓ୍ବୋଇ ନବୀନ କାର୍ଡରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri