Posted inଜାତୀୟ

ନ୍ୟୁମୋକୋକଲ ଟିକାର ଅଭାବ ଖବର ସମ୍ପୂର୍ଣ୍ଣ ମିଥ୍ୟା: କେନ୍ଦ୍ର ସରକାରଙ୍କ ଜବାବ…

ନୂଆଦିଲ୍ଲୀ,୮।୧୦ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଶନିବାର କହିଛି ଯେ ନନ୍ୟୁମୋକୋକଲ ଟିକା ଅଭାବ ବିଷୟରେ ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶିତ ଖବର ସମ୍ପୂର୍ଣ୍ଣ ମିଥ୍ୟା ଏବଂ ବିଭ୍ରାନ୍ତିକର। ଏହି ଖବର ଏପର୍ଯ୍ୟନ୍ତ କୌଣସି ତଥ୍ୟ ବିନା ପ୍ରକାଶ କରାଯାଉଛି। ସରକାର କହିଛନ୍ତି ଯେ ଆମର ପର୍ଯ୍ୟାପ୍ତ ପରିମାଣର ଡୋଜ ଉପଲବ୍ଧ ଅଛି।

ସରକାର କହିଛନ୍ତି ୭ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଉପଲବ୍ଧ ତଥ୍ୟ ଅନୁଯାୟୀ ପର୍ଯ୍ୟାପ୍ତ ପରିମାଣର ପିଭିସି ଟିକା ଉପଲବ୍ଧ ଅଛି। ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୭୦,୧୮,୮୧୭ ନ୍ୟୁମୋକୋକଲ କନଜୁଗେଟ ଭ୍ୟାକ୍ସିନ ଉପଲବ୍ଧ। ଏଥିରେ ମହାରାଷ୍ଟ୍ରର ୩,୦୧,୭୯୪ ଟିକା ଅନ୍ତର୍ଭୁକ୍ତ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ ପରିଚାଳନା ସୂଚନା ସିଷ୍ଟମ ତଥ୍ୟ ଅନୁଯାୟୀ, ଜାନୁୟାରୀ ୨୦୨୨ ରୁ ସେପ୍ଟେମ୍ବର ମଧ୍ୟରେ, କେନ୍ଦ୍ର ସରକାରଙ୍କ ଦ୍ୱାରା ସମୁଦାୟ ୩,୨୭,୬୭.୦୨୮ ଟିକା ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ଯୋଗାଇ ଦିଆଯାଇଛି। ସେଥିରେ ମହାରାଷ୍ଟ୍ରରେ ବ୍ୟବହୃତ ୧୮,୮୦,୭୨୨ ଡୋଜ ରହିଛି।
ମିଡିଆ ରିପୋର୍ଟରେ କୁହାଯାଇଛି ଯେ ଟେଣ୍ଡର ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଏକ ମାସରୁ ଅଧିକ ସମୟ ଧରି ସାରା ଦେଶରେ ଲକ୍ଷ ଲକ୍ଷ ପିଲାଙ୍କ ଟିକାକରଣ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରିଛି। ଏହି ରିପୋର୍ଟ ବିଭ୍ରାନ୍ତିକର ଏବଂ ଅସତ୍ୟ ହେବା ସହିତ ଭୁଲ ତଥ୍ୟ ପ୍ରଦାନ କରୁଛି ବୋଲି କେନ୍ଦ୍ର ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri