Posted inଜାତୀୟ

ନ୍ୟୁମୋକୋକଲ ଟିକାର ଅଭାବ ଖବର ସମ୍ପୂର୍ଣ୍ଣ ମିଥ୍ୟା: କେନ୍ଦ୍ର ସରକାରଙ୍କ ଜବାବ…

ନୂଆଦିଲ୍ଲୀ,୮।୧୦ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଶନିବାର କହିଛି ଯେ ନନ୍ୟୁମୋକୋକଲ ଟିକା ଅଭାବ ବିଷୟରେ ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶିତ ଖବର ସମ୍ପୂର୍ଣ୍ଣ ମିଥ୍ୟା ଏବଂ ବିଭ୍ରାନ୍ତିକର। ଏହି ଖବର ଏପର୍ଯ୍ୟନ୍ତ କୌଣସି ତଥ୍ୟ ବିନା ପ୍ରକାଶ କରାଯାଉଛି। ସରକାର କହିଛନ୍ତି ଯେ ଆମର ପର୍ଯ୍ୟାପ୍ତ ପରିମାଣର ଡୋଜ ଉପଲବ୍ଧ ଅଛି।

ସରକାର କହିଛନ୍ତି ୭ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଉପଲବ୍ଧ ତଥ୍ୟ ଅନୁଯାୟୀ ପର୍ଯ୍ୟାପ୍ତ ପରିମାଣର ପିଭିସି ଟିକା ଉପଲବ୍ଧ ଅଛି। ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୭୦,୧୮,୮୧୭ ନ୍ୟୁମୋକୋକଲ କନଜୁଗେଟ ଭ୍ୟାକ୍ସିନ ଉପଲବ୍ଧ। ଏଥିରେ ମହାରାଷ୍ଟ୍ରର ୩,୦୧,୭୯୪ ଟିକା ଅନ୍ତର୍ଭୁକ୍ତ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ ପରିଚାଳନା ସୂଚନା ସିଷ୍ଟମ ତଥ୍ୟ ଅନୁଯାୟୀ, ଜାନୁୟାରୀ ୨୦୨୨ ରୁ ସେପ୍ଟେମ୍ବର ମଧ୍ୟରେ, କେନ୍ଦ୍ର ସରକାରଙ୍କ ଦ୍ୱାରା ସମୁଦାୟ ୩,୨୭,୬୭.୦୨୮ ଟିକା ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ଯୋଗାଇ ଦିଆଯାଇଛି। ସେଥିରେ ମହାରାଷ୍ଟ୍ରରେ ବ୍ୟବହୃତ ୧୮,୮୦,୭୨୨ ଡୋଜ ରହିଛି।
ମିଡିଆ ରିପୋର୍ଟରେ କୁହାଯାଇଛି ଯେ ଟେଣ୍ଡର ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଏକ ମାସରୁ ଅଧିକ ସମୟ ଧରି ସାରା ଦେଶରେ ଲକ୍ଷ ଲକ୍ଷ ପିଲାଙ୍କ ଟିକାକରଣ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରିଛି। ଏହି ରିପୋର୍ଟ ବିଭ୍ରାନ୍ତିକର ଏବଂ ଅସତ୍ୟ ହେବା ସହିତ ଭୁଲ ତଥ୍ୟ ପ୍ରଦାନ କରୁଛି ବୋଲି କେନ୍ଦ୍ର ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri