ଖବରକାଗଜ ବିତରକଙ୍କ ଦାବି ପୂରଣ ହେବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଖବରକାଗଜ ବିତରକମାନଙ୍କୁ ମିଳିବ ସ୍ବୀକୃତି। ସେମାନଙ୍କୁ ସାମାଜିକ ସୁରକ୍ଷା ବଳୟକୁ ଅଣାଯିବା ସହ ବାସଗୃହ, ସ୍ବାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ବିଧିବଦ୍ଧ ଘୋଷଣା କରାଯିବ। ରାଜ୍ୟ ସରକାର ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଖବରକାଗଜ ବିତରକମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କ୍ଷେତ୍ରରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟର ମାନ୍ୟତା ପାଇବାକୁ ଯାଉଛି।
ସୋମବାର ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଖବରକାଗଜ ବିତରକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ନିମନ୍ତେ ଭୁବନେଶ୍ୱର ଆସିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସେମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ବିତରକମାନେ ସେମାନଙ୍କର ନିର୍ଦ୍ଦିଷ୍ଟ କିଛି ଦାବି ସମ୍ପର୍କରେ ସରକାରଙ୍କ ଦୃଷ୍ଟିିଆକର୍ଷଣ କରିଥିଲେ। ବିତରକମାନଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ସାମିଲ କରିବା ସହ ସେମାନଙ୍କୁ ପରିଚୟପତ୍ର ପ୍ରଦାନ, ଗୃହହୀନ ବିତରକଙ୍କୁ ‘ଆବାସ’ ଯୋଜନାରେ ସାମିଲ କରିବା, ସ୍ବାସ୍ଥ୍ୟବୀମା ଯୋଗାଇଦେବା, ବିଭିନ୍ନ ସ୍ଥାନରେ ଖବରକାଗଜ ମଣ୍ଡିରେ ଶେଡ୍‌ ନିର୍ମାଣ, ଜିଲା ମୁଖ୍ୟାଳୟ ଓ ରାଜଧାନୀରେ ସଂଘର କାର୍ଯ୍ୟାଳୟ ନିମନ୍ତେ ଜମି ପ୍ରଦାନ ଆଦି ପ୍ରସ୍ତାବ ଦେଇଥିଲେ।
୫-ଟି ସଚିବ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ବିତରକମାନଙ୍କ ପ୍ରତି ସରକାରଙ୍କ ସହାନୁଭୂତି ରହିଛି ଏବଂ ସେମାନଙ୍କର ସମସ୍ତ ଦାବି ସରକାର ଗ୍ରହଣ କରିଛନ୍ତି ବୋଲି ସୂଚନା ଦେଇଥିଲେ। ଦିନେ ଦୁଇଦିନ ମଧ୍ୟରେ ଏ ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅନୁରୂପ ଖବରକାଗଜ ବିତରକ କଲ୍ୟାଣ ବୋର୍ଡ ଗଠନ କରାଯାଇ ସେମାନଙ୍କ ସମସ୍ୟା ସମାଧାନ କରାଯିବ ବୋଲି ପାଣ୍ଡିଆନ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସେମାନଙ୍କ ପରିବାରକୁ ମାଗଣା ସ୍ବାସ୍ଥ୍ୟ ସେବା, ଆବାସ ଯୋଜନାରେ ବାସଗୃହ ଯୋଗାଇ ଦିଆଯିବ। ସବୁ ଜିଲା ଓ ରାଜଧାନୀରେ କାର୍ଯ୍ୟାଳୟ ନିମନ୍ତେ ଜମି, ଖବରକାଗଜ ମଣ୍ଡିରେ ଶେଡ୍‌ ନିର୍ମାଣ ସହ କୋଭିଡ୍‌ରେ ପ୍ରାଣ ହରାଇଥିବା ବିତରକଙ୍କ ପରିବାରକୁ ଆବଶ୍ୟକ ସହାୟତା ପ୍ରଦାନ କରାଯିବ ବୋଲି ମଧ୍ୟ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଏହିସବୁ କାର୍ଯ୍ୟକ୍ରମର ସଂଯୋଜନା କରିବେ ବୋଲି ମଧ୍ୟ ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଡି.ଏସ୍‌.କୁଟ୍ଟେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ରାଜ୍ୟ ହକର୍‌ ସଂଘର ରାଜ୍ୟ ଉପସଭାପତି ସତ୍ୟ ମହାନ୍ତି କହିଛନ୍ତି, ଆଜି ଆମ ପାଇଁ ଏକ ଐତିହାସିକ ଦିବସ। ହଜାର ହଜାର ହକର୍‌ଙ୍କ ମୌଳିକ ସମସ୍ୟା ଦୂର କରିବା ସହିତ ଜୀବନ ଜୀବିକାକୁ ସୁରକ୍ଷା ଦେବା ପାଇଁ ଦାବି କରି ଆସୁଥିଲୁ। ତାହାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କୁ ଅଶେଷ କୃତଜ୍ଞତା ଜଣାଇଛନ୍ତି। ତେବେ ମଙ୍ଗରାଜ କହିଛନ୍ତି, ରାଜ୍ୟର ହକର୍‌ମାନଙ୍କର ଦୀର୍ଘଦିନର ଦାବିଗୁଡ଼ିକୁ ପୂରଣ ପାଇଁ ଆଜି ହକର୍‌ ସଂଘର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri