ଖବରକାଗଜ ବିତରକଙ୍କ ଦାବି ପୂରଣ ହେବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଖବରକାଗଜ ବିତରକମାନଙ୍କୁ ମିଳିବ ସ୍ବୀକୃତି। ସେମାନଙ୍କୁ ସାମାଜିକ ସୁରକ୍ଷା ବଳୟକୁ ଅଣାଯିବା ସହ ବାସଗୃହ, ସ୍ବାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ବିଧିବଦ୍ଧ ଘୋଷଣା କରାଯିବ। ରାଜ୍ୟ ସରକାର ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଖବରକାଗଜ ବିତରକମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କ୍ଷେତ୍ରରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟର ମାନ୍ୟତା ପାଇବାକୁ ଯାଉଛି।
ସୋମବାର ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଖବରକାଗଜ ବିତରକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ନିମନ୍ତେ ଭୁବନେଶ୍ୱର ଆସିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସେମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ବିତରକମାନେ ସେମାନଙ୍କର ନିର୍ଦ୍ଦିଷ୍ଟ କିଛି ଦାବି ସମ୍ପର୍କରେ ସରକାରଙ୍କ ଦୃଷ୍ଟିିଆକର୍ଷଣ କରିଥିଲେ। ବିତରକମାନଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ସାମିଲ କରିବା ସହ ସେମାନଙ୍କୁ ପରିଚୟପତ୍ର ପ୍ରଦାନ, ଗୃହହୀନ ବିତରକଙ୍କୁ ‘ଆବାସ’ ଯୋଜନାରେ ସାମିଲ କରିବା, ସ୍ବାସ୍ଥ୍ୟବୀମା ଯୋଗାଇଦେବା, ବିଭିନ୍ନ ସ୍ଥାନରେ ଖବରକାଗଜ ମଣ୍ଡିରେ ଶେଡ୍‌ ନିର୍ମାଣ, ଜିଲା ମୁଖ୍ୟାଳୟ ଓ ରାଜଧାନୀରେ ସଂଘର କାର୍ଯ୍ୟାଳୟ ନିମନ୍ତେ ଜମି ପ୍ରଦାନ ଆଦି ପ୍ରସ୍ତାବ ଦେଇଥିଲେ।
୫-ଟି ସଚିବ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ବିତରକମାନଙ୍କ ପ୍ରତି ସରକାରଙ୍କ ସହାନୁଭୂତି ରହିଛି ଏବଂ ସେମାନଙ୍କର ସମସ୍ତ ଦାବି ସରକାର ଗ୍ରହଣ କରିଛନ୍ତି ବୋଲି ସୂଚନା ଦେଇଥିଲେ। ଦିନେ ଦୁଇଦିନ ମଧ୍ୟରେ ଏ ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅନୁରୂପ ଖବରକାଗଜ ବିତରକ କଲ୍ୟାଣ ବୋର୍ଡ ଗଠନ କରାଯାଇ ସେମାନଙ୍କ ସମସ୍ୟା ସମାଧାନ କରାଯିବ ବୋଲି ପାଣ୍ଡିଆନ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସେମାନଙ୍କ ପରିବାରକୁ ମାଗଣା ସ୍ବାସ୍ଥ୍ୟ ସେବା, ଆବାସ ଯୋଜନାରେ ବାସଗୃହ ଯୋଗାଇ ଦିଆଯିବ। ସବୁ ଜିଲା ଓ ରାଜଧାନୀରେ କାର୍ଯ୍ୟାଳୟ ନିମନ୍ତେ ଜମି, ଖବରକାଗଜ ମଣ୍ଡିରେ ଶେଡ୍‌ ନିର୍ମାଣ ସହ କୋଭିଡ୍‌ରେ ପ୍ରାଣ ହରାଇଥିବା ବିତରକଙ୍କ ପରିବାରକୁ ଆବଶ୍ୟକ ସହାୟତା ପ୍ରଦାନ କରାଯିବ ବୋଲି ମଧ୍ୟ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଏହିସବୁ କାର୍ଯ୍ୟକ୍ରମର ସଂଯୋଜନା କରିବେ ବୋଲି ମଧ୍ୟ ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଡି.ଏସ୍‌.କୁଟ୍ଟେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ରାଜ୍ୟ ହକର୍‌ ସଂଘର ରାଜ୍ୟ ଉପସଭାପତି ସତ୍ୟ ମହାନ୍ତି କହିଛନ୍ତି, ଆଜି ଆମ ପାଇଁ ଏକ ଐତିହାସିକ ଦିବସ। ହଜାର ହଜାର ହକର୍‌ଙ୍କ ମୌଳିକ ସମସ୍ୟା ଦୂର କରିବା ସହିତ ଜୀବନ ଜୀବିକାକୁ ସୁରକ୍ଷା ଦେବା ପାଇଁ ଦାବି କରି ଆସୁଥିଲୁ। ତାହାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କୁ ଅଶେଷ କୃତଜ୍ଞତା ଜଣାଇଛନ୍ତି। ତେବେ ମଙ୍ଗରାଜ କହିଛନ୍ତି, ରାଜ୍ୟର ହକର୍‌ମାନଙ୍କର ଦୀର୍ଘଦିନର ଦାବିଗୁଡ଼ିକୁ ପୂରଣ ପାଇଁ ଆଜି ହକର୍‌ ସଂଘର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?