ନେକ୍ସନ ଇଭିର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୩୦।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ସର୍ବବୃହତ୍‌ ବୈଦ୍ୟୁତିକ ଯାନ (ଇଭି) ନିର୍ମାଣକାରୀ ଟାଟା ମୋଟର୍ସ ନିକଟରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଟାଟା ମୋର୍ଟସର ନେକ୍ସନ ଇଭି ୫୦,୦୦୦ ୟୁନିଟ୍‌ ଗାଡ଼ି ଭାରତୀୟ ବଜାରରେ ବିକ୍ରୟ କରିଥିବା କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୦ରେ ନେକ୍ସନ ଇଭିର ଶୁଭାରମ୍ଭ ପରଠାରୁ ଉପଭୋକ୍ତଙ୍କର ଏକ ପସନ୍ଦୀୟ ଯାନ ଭାବେ ନେକ୍ସନ ଇଭି ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ଏପରିକି ନେକ୍ସନ ଇଭି ବର୍ତ୍ତମାନ ଭାରତର ୫୦୦ରୁ ଅଧିକ ସହରରେ ବିକ୍ରି ହେଉଥିବା ବେଳେ ଦେଶର ଭିନ୍ନଭିନ୍ନ ଅଞ୍ଚଳରେ ୯୦୦ମିଲିୟନ କି.ମି.ରୁ ଅଧିକ ଗତି କରିଥିବା ବ୍ରାଣ୍ଡ୍‌ ପକ୍ଷରୁ ଆକଳନ କରାଯାଇଛି। ସେହିଭଳି ହାରାହାରି ୧୦୦ରୁ ୪୦୦ କି.ମି. ପର୍ଯ୍ୟନ୍ତ ସିଟି ଭିତରେ ଏବଂ ବାହାର ଯାତ୍ରା କରୁଛି, ନେକ୍ସନ ଇଭିର ମାଲିକମାନେ ପ୍ରତି ମାସରେ ପ୍ରାୟ ୬.୩ ନିୟୁତ କି.ମି. ଚଳାଉଛନ୍ତି। ସାରା ଦେଶରେ କମ୍ପାନୀର ୬,୦୦୦ ରୁ ଅଧିକ ଚାର୍ଜ ଷ୍ଟେଶନ ରହିଛି।
ଏ ସମ୍ପର୍କରେ ଟାଟା ପାସେଞ୍ଜର ଇଲେକ୍ଟ୍ରିକ ମୋବିଲିଟି ଲିମିଟେଡ୍‌ର (ବିପଣନ, ବିକ୍ରୟ ଏବଂ ସେବା ରଣନୀତି) ମୁଖ୍ୟ ବିବେକ ଶ୍ରୀବତ୍ସ କହିଥିଲେ, ଭାରତରେ ଶୀଘ୍ର ଇଭି ଆପଣେଇବା ପାଇଁ ଏକ ଚମତ୍କାର, ଷ୍ଟାଇଲିଶ, ବ୍ୟବହାରିକ ବାସ୍ତବ ସମାଧାନ ଲକ୍ଷ୍ୟରେ ନେକ୍ସନ ଇଭି’କୁ ଭାରତର ନିଜସ୍ବ ବୈଦ୍ୟୁତିକ ଏସ୍‌ୟୁଭି ଭାବେ ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri