ବିଗୁଡୁଛି ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା: ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ!

ୱାଶିଂଟନ,୪ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ଚିନ୍ତାଜନକ ଥିବା ଜଣାପଡିଛି । ହ୍ୱାଇଟ୍ ହାଉସର ଚିଫ୍ ଅଫ୍ ଷ୍ଟାଫ୍ ମାର୍କ ମୋଡେଜ ଶନିବାର କହିଛନ୍ତି ଏବେ ଟ୍ରମ୍ପଙ୍କ ସ୍ୱାସ୍ଥ୍ରବସ୍ଥା ଚିନ୍ତାଜନକ ରହିଛି । ଶୁକ୍ରବାର ତାଙ୍କ ସ୍ୱାସ୍ଥ୍ୟ ଅଧିକ ବିଗିଡି ଯାଇଥିବାରୁ ଆଗାମୀ ୨୪ ଘଣ୍ଟା ତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ଦୁଇଦିନ ତଳେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେତେବେଳେ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ମିଳିଥିଲା କି ଟ୍ରମ୍ପଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯାଇଛି । ଏମିତିକି ହସ୍ପିଟାଲ ଯିବା ସମୟରେ ଟ୍ରମ୍ପ କହିଥିଲେ ମୁଁ ଶୀଘ୍ର ଫେରିବି । କାରଣ ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ଆମେରିକାବାସୀଙ୍କୁ ତାଙ୍କର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଡାକ୍ତର ମଧ୍ୟ କହିଥିଲେ ରାଷ୍ଟ୍ରପତିଙ୍କ ମାନସିକତା ଖୁବ୍ ଭଲ ରହିଛି ଖୁବ୍‌ଶୀଘ୍ର ସେ ସୁସ୍ଥ ହୋଇଯାଇପାରନ୍ତି । ସୂଚନାଯୋଗ୍ୟ, ନଭେମ୍ବର ୩ରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ପ୍ରଭାବ ପକାଇ ପାରେ ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri