‘ଆସନ୍ତା ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବିଭିନ୍ନ ନଦୀ ବିପଦସଙ୍କେତ ପାର କରିଛି। ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ ବୋଲି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର କହିଛନ୍ତି। ସେ କହିଛନ୍ତି, ଆସନ୍ତା ୩ ଘଣ୍ଟା ଆମ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମୁଣ୍ଡଳିରେ ବର୍ତ୍ତମାନ ୧୧.୬ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି। ଆଉ କିଛି ବଢିବା ପରେ ଜଳ ପ୍ରବାହ ପରିମାଣ କମିବ।
ସୂଚନାଯୋଗ୍ୟ, ଲଘୁଚାପଜନିତ ଲଗାଣ ବର୍ଷା ହେତୁ ହୀରାକୁଦର ଜଳସ୍ତର ବଢୁଥିବାବେଳେ ମହାନଦୀ ବି ଫୁଲୁଛି। ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ ଟପିଛି । ଜଳସ୍ତର ସକାଳେ ୬୨୫.୦୪ ଫୁଟ ରହିଛି। ହୀରାକୁଦ ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ୭ ଲକ୍ଷ ୮୫ ହଜାର ୨୯୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୩୪ ହଜାର ୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri