Posted inଜାତୀୟ

ଶାହାଙ୍କ ଭବିଷ୍ୟବାଣୀ: ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ରହିବ ଭାଜପା ଯୁଗ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ସମେତ ଦଳର ଅନେକ ହେଭିଓ୍ବେଟ୍‌ ନେତା ଯୋଗ ଦେଇଥିଲେ। ଏହି ଅବସରରେ ଅମିତ ଶାହା ଏକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ଭାଜପା ଯୁଗ ରହିବ ଏବଂ ଭାରତ ବିଶ୍ୱଗୁରୁ ହେବ। ବଂଶବାଦ ରାଜନୀତି, ଜାତିବାଦ ରାଜନୀତି ଏବଂ ତୁଷ୍ଟୀକରଣ ରାଜୀନୀତି ଏକ ବଡ଼ ପାପ। ଦେଶ ଦୀର୍ଘ ବର୍ଷ ଧରି ଏଭଳି ରାଜନୀତିରେ ପେଷି ହୋଇଆସୁଛି। ପଶ୍ଚିମବଙ୍ଗ ଓ ତେଲେଙ୍ଗାନାରେ ଭାଜପା ପାରିବାରିକ ଶାସନର ଅନ୍ତ ଘଟାଇବ କଂଗ୍ରେସ ଦଳରେ ପରିବାର ଯୋଗୁ ଏପର୍ଯ୍ୟନ୍ତ ଅନ୍ତରୀଣ ନିର୍ବାଚନ ହୋଇପାରୁନାହିଁ ବୋଲି ସେ କହିଛନ୍ତି।
ଏହାସହ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଦଳର ସଦସ୍ୟମାନଙ୍କୁ ‘ସ୍ନେହ ଯାତ୍ରା’ ଆରମ୍ଭ କରି ସମାଜର ସମସ୍ତ ବର୍ଗରେ ପହଞ୍ଚିବାକୁ କହିଥିଲେ। ଦୀର୍ଘ ଦିନ ଧରି ଭାରତକୁ ଶାସନ କରୁଥିବା ଦଳଗୁଡ଼ିକ ବର୍ତ୍ତମାନ ଅସ୍ତିତ୍ୱ ହରାଇବାକୁ ବସିଛନ୍ତି। ଆମେ ସେମାନଙ୍କୁ ପରିହାସ କରିବା ଉଚିତ ନୁହେଁ, କିନ୍ତୁ ସେମାନଙ୍କ ଭୁଲରୁ ଶିଖିବା ଆବଶ୍ୟକ। ଏହାସହ ପରିବାରବାଦ ରାଜନୀତି ବନ୍ଦ କରିବାକୁ ମଧ୍ୟ ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri