ବ୍ରିଟେନ ପ୍ରଧାନମନ୍ତ୍ରୀ ରେସ୍‌: ଫାଇନାଲରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ

ଲଣ୍ଡନ,୨୦।୭: ବ୍ରିଟିଶ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ପଞ୍ଚମ ରାଉଣ୍ଡ ୧୩୭ ଭୋଟ ପାଇ ବିଜୟ ଆଡକୁ ଅଗ୍ରସର ହେଉଛନ୍ତି। ପଞ୍ଚମ ରାଉଣ୍ଡ ଭୋଟ ସହିତ ତାଙ୍କ ପ୍ରତିଦ୍ୱନ୍ଦୀ ବାଣିଜ୍ୟ ମନ୍ତ୍ରୀ ପେନି ମେର୍ଡେଣ୍ଟ ପ୍ରଧାନମନ୍ତ୍ରୀ ଦୌଡ଼ରୁ ବାଦ ପଡିଛନ୍ତି। ସେ ୧୦୫ ଭୋଟ ପାଇଥିଲେ। ବର୍ତ୍ତମାନ ସୁନକ ବହିର୍ବ୍ୟାପାର ମନ୍ତ୍ରୀ ଲିଜ ଟ୍ରସଙ୍କୁ ଭେଟିବେ। ଟ୍ରସ୍‌ ପଞ୍ଚମ ରାଉଣ୍ଡରେ ୧୧୩ ଭୋଟ ପାଇଥିଲେ।
ସମସ୍ତ ପାଞ୍ଚଟି ପର୍ଯ୍ୟାୟରେ ଋଷି ସୁନକ ସର୍ବାଧିକ ଭୋଟ ପାଇଛନ୍ତି। ଚତୁର୍ଥ ରାଉଣ୍ଡ ଭୋଟିଂରେ ସେ ୧୧୮ ଭୋଟ ପାଇଥିଲେ। ସୋମବାର ଅନୁଷ୍ଠିତ ତୃତୀୟ ରାଉଣ୍ଡ ଭୋଟିଂରେ ସେ ୧୧୫ ଭୋଟ ପାଇଥିଲେ। ଏଥି ସହିତ ଦ୍ୱିତୀୟ ରାଉଣ୍ଡରେ ୧୦୧ ଭୋଟ ଏବଂ ପ୍ରଥମ ରାଉଣ୍ଡରେ ୮୮ ଭୋଟ ତାଙ୍କୁ ମିଳିଥିଲା। ସମସ୍ତ ପର୍ଯ୍ୟାୟରେ ସୁନକ ଶୀର୍ଷରେ ରହିଛନ୍ତି।
ବର୍ତ୍ତମାନ ସୁନକ ଏବଂ ଟ୍ରସ ଟୋରୀ ସଦସ୍ୟଙ୍କ ସମର୍ଥନ ପାଇଁ ନିଜ ସପକ୍ଷରେ ପ୍ରଚାର କରିବେ। ଯିଏ ସର୍ବାଧିକ ସମର୍ଥନ ହାସଲ କରିବାରେ ସଫଳ ହେବେ ସେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଆସନ ଅଳଙ୍କୃତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri