Posted inଜାତୀୟ

ମୁଖ୍ୟମନ୍ତ୍ରୀ ରେସ୍‌ରେ ଏହି ୨ନେତା

ଜୟପୁର,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ନେଇ ଏବେ ରାଜନୀତି ସରଗରମ ହୋଇଛି। କଂଗ୍ରେସ ଅଧ୍ୟକ୍ଷ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହି ଥିବା ବେଳେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ଦୌଡ଼ରେ ଆଗରେ ରହିଛନ୍ତି। ଇତିମଧ୍ୟରେ ଶୁକ୍ରବାର ସେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି। ଗେହଲଟଙ୍କ ଏହି ଘୋଷଣା ପରେ ଏବେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସମ୍ଭାବନା ଅଧିକ ରହିଛି। ଅନ୍ୟପକ୍ଷେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଜୋର ଧରିଛି। ଏହାପୂର୍ବରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ନାମ ଏହି ରେସ୍‌ରେ ଥିବା ବେଳେ କିନ୍ତୁ ବର୍ତ୍ତମାନ ରାଜସ୍ଥାନ ବିଧାନସଭା ଅଧ୍ୟକ୍ଷ ସିପି ଯୋଶୀଙ୍କ ନାମ ସାମ୍ନାକୁ ଆସିଛି। ସବୁଠୁ ବଡ଼ କଥା ହେଉଛି ଯେ, ଗେହଲଟ ନିଜେ ସିପି ଯୋଶୀଙ୍କ ନାମ ସୁପାରିଶ କରିଥିବା ଶୁଣିବାକୁ ମିଳିଛି। ସୂଚନାଯୋଗ୍ୟ, ଅଧ୍ୟକ୍ଷ ପଦ ପାଇଁ ସେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ତାଙ୍କ କହିବାନୁସାରେ, ରାହୁଲ ଗାନ୍ଧୀ ନିଷ୍ପତ୍ତି ନେଇଛନ୍ତି ଯେ, ସେ ଅଧ୍ୟକ୍ଷ ପଦ ପାଇଁ ଏହି ରେସ୍‌ରେ ରହିବେ ନାହିଁ। ତେଣୁ ବର୍ତ୍ତମାନ ଗେହଲଟ ନିଜର ନାମାଙ୍କନପତ୍ର ଦାଖଲ କରିବା ସହ ଅଧ୍ୟକ୍ଷ ପଦ ପାଇଁ ଏକ ଦାବି ଉପସ୍ଥାପନ କରିବେ। ଏଥିସହ ରାଜସ୍ଥାନରେ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri