Posted inଜାତୀୟ

ମୁଖ୍ୟମନ୍ତ୍ରୀ ରେସ୍‌ରେ ଏହି ୨ନେତା

ଜୟପୁର,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ନେଇ ଏବେ ରାଜନୀତି ସରଗରମ ହୋଇଛି। କଂଗ୍ରେସ ଅଧ୍ୟକ୍ଷ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହି ଥିବା ବେଳେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ଦୌଡ଼ରେ ଆଗରେ ରହିଛନ୍ତି। ଇତିମଧ୍ୟରେ ଶୁକ୍ରବାର ସେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି। ଗେହଲଟଙ୍କ ଏହି ଘୋଷଣା ପରେ ଏବେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସମ୍ଭାବନା ଅଧିକ ରହିଛି। ଅନ୍ୟପକ୍ଷେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଜୋର ଧରିଛି। ଏହାପୂର୍ବରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ନାମ ଏହି ରେସ୍‌ରେ ଥିବା ବେଳେ କିନ୍ତୁ ବର୍ତ୍ତମାନ ରାଜସ୍ଥାନ ବିଧାନସଭା ଅଧ୍ୟକ୍ଷ ସିପି ଯୋଶୀଙ୍କ ନାମ ସାମ୍ନାକୁ ଆସିଛି। ସବୁଠୁ ବଡ଼ କଥା ହେଉଛି ଯେ, ଗେହଲଟ ନିଜେ ସିପି ଯୋଶୀଙ୍କ ନାମ ସୁପାରିଶ କରିଥିବା ଶୁଣିବାକୁ ମିଳିଛି। ସୂଚନାଯୋଗ୍ୟ, ଅଧ୍ୟକ୍ଷ ପଦ ପାଇଁ ସେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ତାଙ୍କ କହିବାନୁସାରେ, ରାହୁଲ ଗାନ୍ଧୀ ନିଷ୍ପତ୍ତି ନେଇଛନ୍ତି ଯେ, ସେ ଅଧ୍ୟକ୍ଷ ପଦ ପାଇଁ ଏହି ରେସ୍‌ରେ ରହିବେ ନାହିଁ। ତେଣୁ ବର୍ତ୍ତମାନ ଗେହଲଟ ନିଜର ନାମାଙ୍କନପତ୍ର ଦାଖଲ କରିବା ସହ ଅଧ୍ୟକ୍ଷ ପଦ ପାଇଁ ଏକ ଦାବି ଉପସ୍ଥାପନ କରିବେ। ଏଥିସହ ରାଜସ୍ଥାନରେ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri