Posted inରାଜ୍ୟ

ଓଡ଼ିଶାରେ ପହଞ୍ଚିଲେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ଼୍ବର, ୩୦।୦୬: ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ତଥା ଭାରତୀୟ ପ୍ରଶାସନିକ ସେବା ଓଡ଼ିଶା କ୍ୟାଡରର ବରିଷ୍ଠ ଅଧିକାରୀ ମନୋଜ ଆହୁଜା ଆଜି ଓଡ଼ିଶାରେ ପହଞ୍ଚିଛନ୍ତି । ସକାଳ ସମୟରେ ସେ ଭୁବନେଶ଼୍ବର ବିମାନ ବନ୍ଦରରେ ଦିଲ୍ଲୀରୁ ଆସି ପହଞ୍ଚିଛନ୍ତି । ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କର ଆଜି କାର୍ଯ୍ୟକାଳ ସରୁଛି । ସେ ତାଙ୍କର କାର୍ଯ୍ୟକାଳ ଶେଷଦିନକୁ ନେଇ ଏକ ଟ଼୍ବିଟ୍‌ କରିଛନ୍ତି । ସୋସିଆଲ୍‌ ମିଡିଆ ଏକ୍ସରେ ସେ ଲେଖିଛନ୍ତି ଯେ, ଆଜି ଅଫିସ୍‌ରେ ତାଙ୍କର ଶେଷ ଦିନ । ଏହାପରେ ଜଣେ ସାଧାରଣ ବ୍ୟକ୍ତି ଭାବେ ଜୀବନର ଏକ ନୂଆ ପର୍ଯ୍ୟାୟ ଆରମ୍ଭ ହେବ ।

ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳର ଆଜି ଶେଷଦିନ । ପୂର୍ବରୁ ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରି ଥିଲା। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍‌ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଥିଲା। ମନୋଜ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଥିଲା। ୨୮ ଜୁନ୍‌ରେ ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ତେବେ ମନୋଜଙ୍କ ସହ ମୁଖ୍ୟ ଶାସନ ସଚିବ ରେସ୍‌ରେ ଅନେକ ଆଇଏଏସ୍‌ ରହିଥିଲେ। ବରିଷ୍ଠ ଦୃଷ୍ଟିରୁ ୧୯୯୧ ବ୍ୟାଚ୍‌ର ଆଇଏଏସ ଅଧିକାରୀ ତଥା ବର୍ତ୍ତମାନର ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଗରେ ରହିଥିଲେ। ୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନାଁକୁ ନେଇ ବି ଚର୍ଚ୍ଚା ଲାଗି ରହିଥିଲା। ତେବେ ମୁଖ୍ୟ ଶାସନ ସଚିବ କିଏ ହେବେ, ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ସରକାର ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri