ଭୟଙ୍କର ହେବ ଆଗାମୀ ମହାମାରୀ

ଲଣ୍ଡନ, ୭ା୧୨: ଭବିଷ୍ୟତରେ ଆସିବାକୁ ଥିବା ମହାମାରୀ କୋଭିଡ୍‌-୧୯ଠାରୁ ଅଧିକ ଭୟଙ୍କର ହୋଇପାରେ। କରୋନା ଅପେକ୍ଷା ଏହା ବେଶି ସଂକ୍ରାମକ ଓ ଘାତକ ହୋଇପାରେ। କୋଭିଡ୍‌ ମହାମାରୀଠାରୁ ଶିକ୍ଷା ନେଇ ଆଗାମୀ ଦିନରେ ଏଥିପାଇଁ ବିଶ୍ୱ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ଅକ୍ସଫୋର୍ଡ-ଆଷ୍ଟ୍ରଜେନିକା ଭାକ୍ସିନ ପ୍ରସ୍ତୁତକର୍ତ୍ତାଙ୍କ ମଧ୍ୟରୁ ଅନ୍ୟତମ ବୈଜ୍ଞାନିକ ସାରା ଗିଲବର୍ଟ କହିଛନ୍ତି। ଜୋନ୍ସ ହପ୍‌କିନ୍‌ସ ୟୁନିଭର୍ସିଟି ଅନୁସାରେ କରୋନାରେ ୫୨,୭୩,୩୧୦ ଲୋକଙ୍କ ମୃତ୍ୟୁ ଘଟିଛି। ବିଶ୍ୱକୁ ଟ୍ରିଲିୟନ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିଛି। କୋଟି କୋଟି ଲୋକଙ୍କ ଜୀବନ ପ୍ରଭାବିତ ହୋଇଛି। କିନ୍ତୁ ଆମ ଜୀବନ ଓ ଜୀବିକାକୁ ପ୍ରଭାବିତ କରିବାରେ ଏହା ଶେଷ ଭୂତାଣୁ ନୁହେଁ। ଆଗକୁ ଆହୁରି କଠିନ ସମୟ ଦେଇ ଗତି କରିବାକୁ ପଡ଼ିବ। ତେଣୁ ଏବେଠାରୁ ହିଁ ଭବିଷ୍ୟତର ମହାମାରୀ ସହ ଲଢ଼ିବା ପାଇଁ ସଭିଏଁ ପ୍ରସ୍ତୁତ ବୋଲି ବିଶ୍ୱ ସୁନିଶ୍ଚିତ କରିବା ଜରୁରୀ ହୋଇପଡ଼ିଥିବା ଗିଲବର୍ଟ କହିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ କମିଟି ମହାମାରୀର ମୁକାବିଲା ନିମନ୍ତେ ଏକ ସ୍ଥାୟୀ ଫଣ୍ଡିଂ ବ୍ୟବସ୍ଥା କରାଯିବା ଆବଶ୍ୟକ ବୋଲି କହିଛି। ଏହି ପ୍ରସ୍ତୁତି ପାଇଁ ବର୍ଷକୁ ଅତିକମ୍‌ରେ ୧୦ ବିଲିୟନ ଡଲାର ଅର୍ଥ ମହଜୁଦ ରଖିବାକୁ ପଡ଼ିବ ବୋଲି କମିଟି ପ୍ରସ୍ତାବ ଦେଇଛି।

ଅଷ୍ଟ୍ରେଲିଆରେ ଓମିକ୍ରନ ଗୋଷ୍ଠୀ ସଂକ୍ରମଣ

କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଅଷ୍ଟ୍ରେଲିଆରେ ଦ୍ରୁତଗତିରେ ଓମିକ୍ରନ ମାମଲା ବଢ଼ିଚାଲିଛି। ଦେଶର ସବୁଠାରୁ ବଡ଼ ସହର ସିଡ୍‌ନୀରେ ଗୋଟିଏ ଦିନରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନ୍ୟୁ ସାଉଥ ଓ୍ବେଲ୍ସରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକାରେ ଥିବା ଯାତ୍ରୀମାନେ ବିମାନରେ ଆସିବା ପରଠାରୁ ସଂକ୍ରମଣ ବ୍ୟାପକ ହୋଇଛି। ଦୁଇଟି ସ୍କୁଲ ଏବଂ ଜିମ୍‌ ସେଣ୍ଟରରେ ମଧ୍ୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନେକ ନମୁନାର ଜିନୋମ ସିକ୍ୱେନ୍ସିଂ ଚାଲିଛି। ତେଣୁ ଅଷ୍ଟ୍ରେଲିଆରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଥିବା ସରକାରୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି। ବିଶେଷ କରି ଦକ୍ଷିଣ ଅଷ୍ଟ୍ରେଲିଆରେ ସ୍ଥିତି ଚିନ୍ତାଜନକ ରହିଛି। ଏହାକୁ ଦୃଷ୍ଟିରେ ରଖି ଦକ୍ଷିଣ ଅଷ୍ଟ୍ରେଲିଆ ରାଜ୍ୟଗୁଡ଼ିକ ବିମାନବନ୍ଦରରେ କଡ଼ା କଟକଣା ଜାରି କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri