Posted inଜାତୀୟ

ଘୁଞ୍ଚିଲା ନିଟ୍‌ ଶୁଣାଣି, ଏହି ତାରିଖରେ ହେବ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୧ା୭: ସୁପ୍ରିମକୋର୍ଟରେ ଗୁରୁବାର ହେବାକୁ ଥିବା ନିଟ୍‌ ଶୁଣାଣି ସ୍ଥଗିତ ରଖାଯାଇଛି। ଜୁଲାଇ ୮ରେ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚ ଦ୍ୱାରା ଏହି ଶୁଣାଣି ହୋଇଥିଲା। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆଜି ହେବାର ଥିଲା ମାତ୍ର ଏହି ଶୁଣାଣି ସ୍ଥଗିତ ରଖାଯାଇଛି। କହି ରଖୁଛୁ ସିବିଆଇ, ସରକାର ଏବଂ ଏନ୍‌ଟିଆଇ ସେମାନଙ୍କ ଉତ୍ତର ସୁପ୍ରିମକୋର୍ଟରେ ଦାଖଲ କରିଛନ୍ତି। କିଛି ପ୍ରତିପକ୍ଷ ସତ୍ୟପାଠ ପାଇ ନ ଥିବାରୁ ଏହି ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠକୁ ପ୍ରତିପକ୍ଷ ପାଇନାହାନ୍ତି। ତେଣୁ ଏହି ମାମଲା ଘୁଞ୍ଚିଛି।

ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଉତ୍ତରରେ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ, ଏହା ନିଟ୍‌ ପରୀକ୍ଷା ପୁନଃ ପରିଚାଳନା କରିବା ସପକ୍ଷରେ ନୁହେଁ। ସୁପ୍ରିମକୋର୍ଟରେ ଦିଆଯାଇଥିବା ଆଫିଡେଭିଟ୍‌ରେ କେନ୍ଦ୍ର ସରକାର କହିଛନ୍ତି ଯେ ‘ଯାଞ୍ଚ ହୋଇ ନ ଥିବା ଆଶଙ୍କା’ ଆଧାରରେ ୨୩ ଲକ୍ଷ ପ୍ରାର୍ଥୀଙ୍କ ଉପରେ ପୁନଃ ପରୀକ୍ଷଣର ଭାର ଲାଗୁ ହେବ ନାହିଁ।

ଏନ୍‌ଟିଏ ମଧ୍ୟ ଏହାର ଉତ୍ତର ସୁପ୍ରିମକୋର୍ଟରେ ଦାଖଲ କରିଛି। ପାଟନାରେ ହୋଇଥିବା ପେପର ଲିକ୍‌ ମାମଲାରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଏନ୍‌ଟିଆଇ କହିଛି। ପୋଲିସ ସହିତ ସିବିଆଇ ମଧ୍ୟ ଏହି ମାମଲାର ତଦନ୍ତ କରୁଛି। ଏହା ବ୍ୟତୀତ, ଏନ୍‌ଟିଏ ମଧ୍ୟ ମେରିଟ ତାଲିକାରେ ୭୨୦ ମଧ୍ୟରୁ ୬୧ ଛାତ୍ର କିପରି ୭୨୦ ମାର୍କ ପାଇଲେ ସେ ସମ୍ବନ୍ଧରେ ଏକ ଉତ୍ତର ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri