Posted inଜାତୀୟ

ପୋର୍‌ବନ୍ଦରରୁ ଆସାମ ରାହୁଲଙ୍କ ପରବର୍ତ୍ତୀ ଯାତ୍ରା

ଅହମଦାବାଦ,୭।୨:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର କନ୍ୟାକୁମାରୀରୁ କଶ୍ମୀର ଭାରତ ଯୋଡ଼ୋ ଯାତ୍ରାର ସଫଳତା ପରେ ଏବେ ଗୁଜରାଟର ପୋର୍‌ବନ୍ଦରରୁ ଆସାମକୁ ପଦଯାତ୍ରା କରିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ଏନେଇ ଚଳିତ ମାସ ଶେଷ ଭାଗରେ ରାୟପୁରରେ ଅନୁଷ୍ଠିତ ହେବାକୁ ଥିବା ଏଆଇସିସି ଅଧିବେଶନରେ ନିଷ୍ପତ୍ତି ନିଆଯିବା ଆଶା କରାଯାଉଛି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ମହାତ୍ମା ଗାନ୍ଧୀଙ୍କ ଜନ୍ମସ୍ଥାନ ପୋର୍‌ବନ୍ଦରରୁ ପଦଯାତ୍ରା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯାତ୍ରାର ତାରିଖ ଚୂଡ଼ାନ୍ତ ହୋଇ ନ ଥିବାବେଳେ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ପରେ କିମ୍ବା ଚଳିତ ବର୍ଷ ଶେଷ ଭାଗରେ ପ୍ରସ୍ତାବିତ ପଦଯାତ୍ରା ଆରମ୍ଭ ହୋଇପାରେ। ରାହୁଲଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରାକୁ ଅଭୂତପୂର୍ବ ସମର୍ଥନ ମିଳିଥିଲା। ଏହି ଯାତ୍ରା ବେଳେ ବେରୋଜଗାରି, ମୂଲ୍ୟବୃଦ୍ଧି ଏବଂ ଅସମାନତା ଆଦି ପ୍ରସଙ୍ଗକୁ ଦଳ ସଫଳତାର ସହ ଲୋକଙ୍କ ପାଖରେ ପହଞ୍ଚାଇଥିଲା। ପଶ୍ଚିମରୁ ପୂର୍ବକୁ ପ୍ରସ୍ତାବିତ ପଦଯାତ୍ରା ଲାଗି ଏଆଇସିସି ଅଧିବେଶନରେ ନିଷ୍ପତ୍ତି ନିଆଯିବ ବୋଲି ଜଣେ ବରିଷ୍ଠ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri