Posted inଜାତୀୟ

ପୋର୍‌ବନ୍ଦରରୁ ଆସାମ ରାହୁଲଙ୍କ ପରବର୍ତ୍ତୀ ଯାତ୍ରା

ଅହମଦାବାଦ,୭।୨:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର କନ୍ୟାକୁମାରୀରୁ କଶ୍ମୀର ଭାରତ ଯୋଡ଼ୋ ଯାତ୍ରାର ସଫଳତା ପରେ ଏବେ ଗୁଜରାଟର ପୋର୍‌ବନ୍ଦରରୁ ଆସାମକୁ ପଦଯାତ୍ରା କରିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ଏନେଇ ଚଳିତ ମାସ ଶେଷ ଭାଗରେ ରାୟପୁରରେ ଅନୁଷ୍ଠିତ ହେବାକୁ ଥିବା ଏଆଇସିସି ଅଧିବେଶନରେ ନିଷ୍ପତ୍ତି ନିଆଯିବା ଆଶା କରାଯାଉଛି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ମହାତ୍ମା ଗାନ୍ଧୀଙ୍କ ଜନ୍ମସ୍ଥାନ ପୋର୍‌ବନ୍ଦରରୁ ପଦଯାତ୍ରା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯାତ୍ରାର ତାରିଖ ଚୂଡ଼ାନ୍ତ ହୋଇ ନ ଥିବାବେଳେ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ପରେ କିମ୍ବା ଚଳିତ ବର୍ଷ ଶେଷ ଭାଗରେ ପ୍ରସ୍ତାବିତ ପଦଯାତ୍ରା ଆରମ୍ଭ ହୋଇପାରେ। ରାହୁଲଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରାକୁ ଅଭୂତପୂର୍ବ ସମର୍ଥନ ମିଳିଥିଲା। ଏହି ଯାତ୍ରା ବେଳେ ବେରୋଜଗାରି, ମୂଲ୍ୟବୃଦ୍ଧି ଏବଂ ଅସମାନତା ଆଦି ପ୍ରସଙ୍ଗକୁ ଦଳ ସଫଳତାର ସହ ଲୋକଙ୍କ ପାଖରେ ପହଞ୍ଚାଇଥିଲା। ପଶ୍ଚିମରୁ ପୂର୍ବକୁ ପ୍ରସ୍ତାବିତ ପଦଯାତ୍ରା ଲାଗି ଏଆଇସିସି ଅଧିବେଶନରେ ନିଷ୍ପତ୍ତି ନିଆଯିବ ବୋଲି ଜଣେ ବରିଷ୍ଠ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri