Posted inଖେଳ

ଏହି ମସିହାରେ ଖେଳାଯିବ ପରବର୍ତ୍ତୀ ଟି-୨୦ ବିଶ୍ୱକପ୍‌,ଜାଣନ୍ତୁ କେଉଁ ଦେଶ କରିବ ଆୟୋଜନ

ନୂଆଦିଳ୍ଲୀ,୩୦।୬: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ୨୦୨୪ ଟି-୨୦ ବିଶ୍ୱକପ ଜିତିଛି। ଟାଇଟଲ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରିଛି। ଏହା ଟି-୨୦ ବିଶ୍ୱକପର ନବମ ସଂସ୍କରଣ ଥିଲା। ଏହା ସହିତ ପ୍ରଶଂସକମାନେ ଜାଣିବାକୁ ଚାହାଁନ୍ତି ଯେ, ପରବର୍ତ୍ତୀ ଟି-୨୦ ବିଶ୍ୱକପ କେବେ ଖେଳାଯିବ।
ପରବର୍ତ୍ତୀ ୨୦ଟି ବିଶ୍ୱକପ ୨୦୨୬ରେ ଖେଳାଯିବ। ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଆଇସିସି ଫେବୃଆରୀରୁ ମାର୍ଚ୍ଚ ପର୍ଯ୍ୟନ୍ତ ଏକ ୱିଣ୍ଡୋ ଦେଇଛି । ୨୦୨୬ ଆଇସିସି ପୁରୁଷ ଟି -୨୦ ବିଶ୍ୱକପର ଦଶମ ସଂସ୍କରଣ ହେବ। ଏହି ବିଶ୍ୱକପ୍‌ରେ ମୋଟ ୨୦ ଟି ଦଳ ଅଂଶଗ୍ରହଣ କରିବେ ଆଇସିସି ଆଗାମୀ ବିଶ୍ୱକପ ବିଷୟରେ ଅନେକ ସୂଚନା ଦେଇସାରିଛି।
ପରବର୍ତ୍ତୀ ବିଶ୍ୱକପ ଯଥା ୨୦୨୬ ଟି-୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କାରେ ଖେଳାଯିବ। ଉଭୟ ଦେଶ ମିଳିତ ଭାବେ ଏହାକୁ ଆୟୋଜନ କରିବେ। ୨୦୨୪ଟି -୨୦ ବିଶ୍ୱକପର ସୁପର-୮ ଦଳ ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆୟୋଜକ ହେତୁ ଭାରତ ଏବଂ ଶ୍ରୀଲଙ୍କା ଏହାର ଏକ ଅଂଶ ହୋଇସାରିଛନ୍ତି। ରିପୋର୍ଟ ଅନୁଯାୟୀ, ୨୦୨୬ ଟି-୨୦ ବିଶ୍ୱକପ୍‌ର ଅଧିକାଂଶ ମ୍ୟାଚ ଭାରତରେ ଖେଳାଯିବ। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ଭାଗ ନେବାକୁ ଆମେରିକା ଦଳ ମଧ୍ୟ ଭାରତ ଆସିବ।
ଭାରତ ଏବଂ ଶ୍ରୀଲଙ୍କାରେ ଟି-୨୦ ବିଶ୍ୱକପ ୨୦୨୬ ଆୟୋଜିତ ହେବ। ଏହା ଫେବୃଆରୀରୁ ଆରମ୍ଭ ହୋଇପାରେ। ଟି-୨୦ ବିଶ୍ୱକପରେ ମୋଟ ୨୦ଟି ଦଳ ଅଂଶଗ୍ରହଣ କରିବେ। ୧୨ ଏଥିରେ ଯୋଗ୍ୟତା ଅର୍ଜନ କରିଛନ୍ତି। ଆଉ ୮ଟି ଦଳ ଯୋଗ୍ୟତା ଅର୍ଜନ କରିବେ। ୨୦ଟି ଦଳ ମଧ୍ୟରେ ମୋଟ ୫୫ଟି ମ୍ୟାଚ ଖେଳାଯିବ। କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦେଶ – ଭାରତ, ଶ୍ରୀଲଙ୍କା, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶ, ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, ଆମେରିକା, ୱେଷ୍ଟଇଣ୍ଡିଜ, ନ୍ୟୁଜିଲାଣ୍ଡ, ଆୟର୍ଲାଣ୍ଡ ଏବଂ ପାକିସ୍ତାନ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri