ପରବର୍ତ୍ତୀ ଟାର୍ଗେଟ କ୍ୟୁବା, ମେକ୍ସିକୋ, କଲମ୍ବିଆ: ଟ୍ରମ୍ପ୍‌

ଓ୍ବାଶିଂଟନ,୫ା୧: ଆମେରିକା ଭେନେଜୁଏଲା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏହାର ରାଷ୍ଟ୍ରପତି ନିକୋଲାସ ମାଦୁରୋ ଓ ସ୍ତ୍ରୀ ସିଲିଆ ଫ୍ଲୋରେସ୍‌ଙ୍କୁ ନାର୍କୋ ଟେରରିଜମ୍‌ ଅଭିଯୋଗର ବିଚାର ପାଇଁ ନିଜ ଦେଶକୁ ନେଇଯାଇଛି। ମାଦୁରୋଙ୍କୁ କ୍ଷମତାଚ୍ୟୁତ କରାଯାଇଥିବା ଆମେରିକା ଦାବି କରିଛି। ଏବେ ଭେନେଜୁଏଲାକୁ ଆମେରିକା ସାମୟିକ ଭାବେ ଶାସନ କରିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଥିଲାବେଳେ ସମସ୍ୟା ସୃଷ୍ଟି କରୁଥିବା ଅନ୍ୟ ପଡୋଶୀମାନେ ମଧ୍ୟ ଅନୁରୂପ ଦଶା ଭୋଗିପାରନ୍ତି ବୋଲି ଚେତାବନୀ ଦେଇଛନ୍ତି। ଭେନେଜୁଏଲା ନିଶାଦ୍ରବ୍ୟ ଉତ୍ପାଦନ କରିବା ସହ ଉତ୍ପାଦନକାରୀମାନଙ୍କୁ ସୁରକ୍ଷା ଦେଉଥିଲା ଏବଂ ନିଶାଦ୍ରବ୍ୟ ପ୍ରେରଣ କରି ଆମେରିକୀୟମାନଙ୍କ ଜୀବନ ନଷ୍ଟ କରୁଥିଲା ବୋଲି ଟ୍ରମ୍ପ୍‌ ଅଭିଯୋଗ କରିଛନ୍ତି। ସେଥିପାଇଁ ଭେନେଜୁଏଲା ଉପରେ କାର୍ଯ୍ୟାନୁଷ୍ଠାନ ଯଥାର୍ଥ ବୋଲି ସେ ଦର୍ଶାଇଛନ୍ତି। ଏବେ ମେକ୍ସିକୋ, କ୍ୟୁବା ଏବଂ କଲମ୍ବିଆ ବିରୋଧରେ କିଛି କରିବାକୁ ହେବ ବୋଲି ଟ୍ରମ୍ପ୍‌ କହିଛନ୍ତି। ମେକ୍ସିକୋକୁ ଏହାର ରାଷ୍ଟ୍ରପତି କ୍ଲାଉଡିଆ ଶେଇନ୍‌ବମ୍‌ ଶାସନ କରୁନାହାନ୍ତି, ବରଂ ପ୍ରଭାବଶାଳୀ ନିଶା ବ୍ୟବସାୟୀମାନେ ଚଳାଉଛନ୍ତି। ତେଣୁ ମେକ୍ସିକୋ ଉପରେ କିଛି ହେବାକୁ ଯାଉଥିବା ଟ୍ରମ୍ପ୍‌ ଚେତାବନୀ ଦେଇଛନ୍ତି। କ୍ୟୁବା ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଅନୁରୂପ ମନ୍ତବ୍ୟ ଦେବା ସହ ଏହାକୁ ଏକ ବିଫଳ ରାଷ୍ଟ୍ର ବୋଲି କହିଛନ୍ତି। କଲମ୍ବିଆକୁ ସମାଲୋଚନା କରି ଟ୍ରମ୍ପ୍‌ କହିଛନ୍ତି, ଏହି ଦେଶ ଅନୂ୍ୟନ ୩ଟି ବୃହତ୍‌ କୋକେନ୍‌ ଫ୍ୟାକ୍ଟ୍ରିକୁ ଚଳାଉଛି। କଲମ୍ବିଆ ରାଷ୍ଟ୍ରପତି ଗୁଷ୍ଟାଭୋ ପେଟ୍ରୋ କୋକେନ୍‌ ତିଆରି କରି ଆମେରିକା ପଠାଉଥିବା ଟ୍ରମ୍ପ୍‌ କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri