ମଲାଲାଙ୍କୁ ହତ୍ୟା ଧମକ ଦେଲେ ତାଲିବାନ ଆତଙ୍କବାଦୀ: ଟୁଇଟର ଦ୍ୱାରା ଆକାଉଣ୍ଟ ଡିଲିଟ

ଇସ୍‌ଲାମାବାଦ,୧୮ ।୨: ନୋବେଲ ପୁରସ୍କାର ବିଜେତା ମଲାଲା ୟୁଶୁଫଜଇଙ୍କ ଉପରେ ୯ ବର୍ଷ ପୂର୍ବେ ଜୀବନରୁ ମାରିଦେବାଲାଗି ଉଦ୍ୟମ କରିଥିବା ପାକିସ୍ତାନୀ ତାଲିବାନ ଆତଙ୍କବାଦୀ ପୁଣିଥରେ ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଛନ୍ତି । ଟୁଇଟ୍ କରି ଆତଙ୍କବାଦୀମାନେ ଲେଖିଛନ୍ତି ଏଥର ଆଉ ଭୁଲ୍ ହେବନାହିଁ । ବୁଧବାର କରାଯାଇଥିବା ଏହି ଟୁଇଟ୍ ପରେ ଉକ୍ତ ଆକାଉଣ୍ଟକୁ ଟୁଇଟର ପକ୍ଷରୁ ସ୍ଥାୟୀଭାବେ ଡିଲିଟ କରି ଦିଆଯାଇଛି । ଏ ସମ୍ପର୍କରେ ମଲାଲା ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ଏହାସହ ସେ ପାକିସ୍ତାନ ସେନା ଓ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ପ୍ରଶ୍ନ କରିଛନ୍ତି ଯେ ଆକ୍ରମଣ କରିଥିବା ଏହସାନୁଲ୍ଲା ଏହସାନ କେମିତି ସରକାରୀ ହେପାଜତରୁ ରକ୍ଷା ପାଇଛନ୍ତି । ସୂଚନାଯୋଗ୍ୟ, ଏହସାନୁଲ୍ଲା ଏହସାନଙ୍କୁ ୨୦୧୭ରେ ଗିରଫ କରାଯାଇଥିଲା ହେଲେ ଜନୁୟାରୀ ୨୦୨୦ରେ ସେ ଏକ ସୁରକ୍ଷିତ ସ୍ଥାନରୁ ପେରାର ହୋଇ ଯାଇଥିଲେ । ଯେଉଁଠାରେ ତାଙ୍କୁ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଦ୍ୱାରା ରଖାଯାଇଥିଲା । ତାଙ୍କ ଗିରଫ ଓ ଫେରାରକୁ ନେଇ ଏବେବି ବିବାଦ ଲାଗି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri