ଆସନ୍ତା ବର୍ଷ ବାଘଗଣନା

ଢେଙ୍କାନାଳ ଅଫିସ, ୯।୧୨: ଆସନ୍ତା ବର୍ଷ ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ ହେବ ବାଘଗଣନା। ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି ବନ ବିଭାଗ। ବାଘଗଣନା ଲାଗି ପ୍ରାଥମିକ ପର୍ଯ୍ୟାୟରେ ୮ ରେଞ୍ଜ୍‌ର ୨ ଜଣ ଲେଖାଏ ଦକ୍ଷ କର୍ମଚାରୀଙ୍କୁ ଅନୁଗୋଳରେ ପ୍ରଶିକ୍ଷଣ ଦିଆଯାଉଛି। ତାଲିମପ୍ରାପ୍ତ କର୍ମଚାରୀମାନେ ବନଖଣ୍ଡ ଅଧୀନ ବିଭିନ୍ନ ରେଞ୍ଜ୍‌ର କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦେବେ। ସବୁକିଛି ଠିକ୍‌ଠାକ ରହିଲେ ଆସନ୍ତା ଜାନୁୟାରୀ କିମ୍ବା ଫେବୃୟାରୀରେ ବାଘଗଣନା ଆରମ୍ଭ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଢେଙ୍କାନାଳର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ପ୍ରଜାତିର ବାଘବଂଶ ବୃଦ୍ଧି ଘଟିଛି। ଜିଲାରେ ବର୍ତ୍ତମାନ ଲିଓପାର୍ଡ ପ୍ରଜାତିର ୭ ବାଘ ଥିବା ଜଣାପଡ଼ିଛି। ଏମାନଙ୍କ ଚିତ୍ର ଟ୍ରାପ୍‌ କ୍ୟାମେରାରେ ଏକଦ ହୋଇଛି। ହେଲେ ପ୍ରକୃତରେ ବାଘସଂଖ୍ୟା କେତେ ତାହା ସ୍ପଷ୍ଟ ହୋଇପାରିନାହିଁ। ତେଣୁ ବିଧିବଦ୍ଧ ଭାବେ ବାଘଗଣନା କରିବାକୁ ଅଣ୍ଟା ଭିଡ଼ିଛି ବନ ବିଭାଗ। ସଂରକ୍ଷିତ ଜଙ୍ଗଲରେ ଲାଗିଥିବା ଟ୍ରାପ୍‌ କ୍ୟାମେରା, ଜଙ୍ଗଲ ମଧ୍ୟରେ ଥିବା ଜଳାଶୟରେ ପାଦଚିହ୍ନ ଆଦିକୁ ଅନୁଧ୍ୟାନ କରି ବାଘ ଗଣନା ହେବ।
କାର୍ଯ୍ୟକ୍ରମ ସମ୍ପର୍କରେ ସହକାରୀ ବନ ସଂରକ୍ଷକ ରଶ୍ମିରଞ୍ଜନ ସ୍ବାଇଁ କୁହନ୍ତି, ଢେଙ୍କାନାଳ ଜିଲାରେ ବାଘଗଣନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ପ୍ରତି ରେଞ୍ଜର ୨ଜଣ ଲେଖାଏ କର୍ମଚାରୀଙ୍କୁ ତାଲିମ ଦିଆଯିବ। ପରେ ସେମାନେ ଅନ୍ୟମାନଙ୍କୁ ତାଲିମ ଦେବେ। ପ୍ରଶିକ୍ଷଣ ଶେଷ ହେବା ପରେ ବାଘ ଗଣନା ଆରମ୍ଭ ହେବ। ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି କୁହନ୍ତି, ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଲାଗିଥିବା ଟ୍ରାପ୍‌ କ୍ୟାମରାରେ ଉତ୍ତୋଳନ ହୋଇଥିବା ଫଟୋରୁ ଜିଲାର ବିଭିନ୍ନ ଜଙ୍ଗଲରେ ୭ଟି କଲରାପତରିଆ ବାଘ ରହିଥିବା ଜଣାପଡ଼ିଛି। ବାଘ ସଂଖ୍ୟା ବଢ଼ିବା ଶୁଭସଙ୍କେତ। ନନ୍ଦିନିଆ ଏବଂ କନ୍ଧରା ସଂରକ୍ଷିତ ଜଙ୍ଗଲକୁ ସାତକୋଶିଆ ବ୍ୟାଘ୍ର କରିଡରରେ ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବ ଅନୁମୋଦନ ହେଲେ ଏହି ୨ଜଙ୍ଗଲ ସାତକୋଶିଆ ବନଖଣ୍ଡ ଅଧୀନରେ ରହିବ। ଜଙ୍ଗଲ ସୁରକ୍ଷିତ ରହିଲେ ଏବଂ ତୃଣଭୋଜୀଙ୍କ ସଂଖ୍ୟା ବଢ଼ିଲେ ବାଘଙ୍କ ସଂଖ୍ୟା ବଢ଼ିବ। ଏଥିଲାଗି ବହୁବିଧ ପଦକ୍ଷେପ ହାତକୁ ନିଆଯାଇଛି ବୋଲି ଜିଲା ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri