Posted inଖେଳ

ନେମାରଙ୍କ ୮୩୧ କୋଟିର ଚୁକ୍ତି

ରିୟାଧ,୧୭ା୮(ପି.ଟି.): ସାଉଦି ଫୁଟବଲ ଲିଗ୍‌ ସହିତ ଯୋଡି ହୋଇଛନ୍ତ ବ୍ରାଜିଲର ତାରକା ଷ୍ଟ୍ରାଇକର ନେମାର। ବିଗତ ୬ ସିଜନ ଧରି ପ୍ୟାରିସ୍‌ ସେଣ୍ଟ ଜର୍ମେନ୍‌(ପିଏସ୍‌ଜି) ପାଇଁ ଖେଳିବା ପରେ ନେମାର ଅଲ ହିଲାଲ ସହିତ ଚୁକ୍ତି କରିଛନ୍ତି। ବାର୍ଷିକ ୧୦୦ ମିଲିୟନ୍‌ ଡଲାର ବା ଭାରତୀୟ ମୁଦ୍ରାରେ ତାଙ୍କୁ ୮୩୧ କୋଟି ୮୭ ଲକ୍ଷ ୬୫ ହଜାର ଟଙ୍କାର ବେତନ ପ୍ରଦାନ କରାଯିବ।

ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଅଲ ନାସର କ୍ଲବ ସହିତ ୨୦୦ ମିଲିୟନ ଡଲାର ବେତନରେ ଯୋଗ ଦେଇଥିଲେ। ୩୧ ବର୍ଷୀୟ ନେମାର ଆସନ୍ତା ଦୁଇ ସିଜନ ପାଇଁ ଅଲ ହିଲାଲ ସହିତ ଯୋଗ ଦେଇଛନ୍ତି। ୟୁରୋପିଆନ୍‌ ଫୁଟବଲ ଲିଗ୍‌ରେ ମୁଁ ଅନେକ କିଛି ହାସଲ କରିସାରିଛି। ମାତ୍ର ବର୍ତ୍ତମାନ ମୋର ଦକ୍ଷତା ସମଗ୍ର ବିଶ୍ୱରେ ପ୍ରତିପାଦିତ କରିବାର ସମୟ ଆସିଛି ବୋଲି ନେମାର କହିଛନ୍ତି। ଜାନୁୟାରୀ ୨୦୨୨ରେ ରୋନାଲ୍ଡୋ ଅଲ ନାସର କ୍ଲବ ସହିତ ଯୋଗ ଦେବା ପରେ ସାଉଦି ଲିଗ୍‌ର ଲୋକପ୍ରିୟତା ବୃଦ୍ଧି ପାଇବାରେ ଲାଗିଛି। ପରବର୍ତ୍ତୀ ସମୟରେ କରିମ୍‌ ବେଞ୍ଜେମା, ଏନ୍‌ଗୋଲୋ କାଣ୍ଟେ ଓ ଜୋର୍ଡାନ ହେଣ୍ଡରସନ୍‌ଙ୍କ ପରି ଖେଳାଳି ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri