Posted inଖେଳ

ପିଏସ୍‌ଜି ସହ ନେମାରଙ୍କ ଚୁକ୍ତି ମିଆଦ ବୃଦ୍ଧି

ପ୍ୟାରିସ୍‌, ୯ା୫ (ଏପି.)-ପ୍ୟାରିସ୍‌ ସେଣ୍ଟ ଜର୍ମେନ (ପିଏସ୍‌ଜି) ବ୍ରାଜିଲର ଷ୍ଟାର ଫୁଟ୍‌ବଲ ଖେଳାଳି ନେମାରଙ୍କ ସହ ଏହାର ଚୁକ୍ତି ମିଆଦକୁ ଆହୁରି ୩ବର୍ଷ ବୃଦ୍ଧି କରିଛି। ଅର୍ଥାତ୍‌ ଫ୍ରାନ୍ସର ଏହି ଫୁଟ୍‌ବଲ କ୍ଲବ ସହ ସେ ୨୦୨୫ ପର୍ଯ୍ୟନ୍ତ ଖେଳିବେ। ୨୯ ବର୍ଷୀୟ ନେମାରଙ୍କର କ୍ଲବ ସହିତ ହୋଇଥିବା ଚୁକ୍ତି ମିଆଦ ଆସନ୍ତା ଜୁନ୍‌ରେ ଶେଷ ହେବାର ଥିଲା। ପିଏସ୍‌ଜି ସହ ଷ୍ଟ୍ରାଇକର କିଲିଆନ ଏମ୍‌ବାପେଙ୍କ ଚୁକ୍ତି ଅବଧି ମଧ୍ୟ ଶେଷ ହେଉଛି। ସେ ସ୍ପାନିଶ ଫୁଟ୍‌ବଲ କ୍ଲବ ରିଅଲ ମାଡ୍ରିଡ ସହ ଯୋଗାଯୋଗରେ ରହିଛନ୍ତି। ନେମାର ୨୨୨ ନିୟୁତ ୟୁରୋ (୨୭୦ ନିୟୁତ ଡଲାର) ବିନିମୟରେ ବାର୍ସିଲୋନାରୁ ଆସି ପିଏସ୍‌ଜିରେ ଯୋଗଦେବାପରଠାରୁ ୧୧୨ଟି ଗେମ୍‌ ଖେଳି ୮୫ ଗୋଲ ସ୍କୋର କରିସାରିଛନ୍ତି। ତାଙ୍କ ସହିତ ୪ ବର୍ଷ ପୂର୍ବେ ଏମ୍‌ବାପେ ମୋନାକୋର ୧୮୦ ନିୟୁତ ୟୁରୋ (୨୧୯ ନିୟୁତ ଡଲାର) ବିନିମୟରେ ପିଏସ୍‌ଜିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri