ବାଲି ଲିଜ୍‌ଧାରୀଙ୍କ ନାଁରେ ଏନ୍‌ଜିଟି ମାମଲା

ବାରିପଦା ଅଫିସ,୧ା୫: ସଦର ଉପଜିଲାପାଳ ଅନନ୍ୟା ଦାସଙ୍କ ଅଭିଯୋଗ କ୍ରମେ ବଡ଼ସାହି ତହସିଲ ଅଧୀନ ପୃଥକ୍‌ ବାଲି ସୈରାତ ପାଇଁ ୨ଟି ମାମଲା ରୁଜୁ ହୋଇଛି। ଲିଜ୍‌ଧାରୀଙ୍କ ସହିତ ବଡ଼ସାହି ତହସିଲଦାର ମମତାଜ ମହାରଣାଙ୍କ ନାମରେ ୧୧୪/୨୨ ଓ ୧୧୫/୨୨ରେ ଦୁଇଟି ମାମଲା ରୁଜୁ କରାଯାଇଛି। ଏହାକୁ ନେଇ ବଡ଼ସାହି ପୋଲିସ ଲିଜ୍‌ଧାରୀ ପ୍ରଦୀପ ବିନ୍ଧାଣିଙ୍କୁ ଗିରଫ କରିଛ। ଶନିବାର ଅପରାହ୍ନଠାରୁ ଜିଲା ଛାଡ଼ି ତହସିଲଦାର ପଳାଇଥିବା ଜଣାଯାଇଛି ।

ସୂଚନାଯୋଗ୍ୟ, ବଡ଼ସାହି ତହସିଲ ଅଧୀନରେ ଥିବା ଡିଙ୍ଗିରା ଓ ଆରପଟା ବାଲି ସୈରାତକୁ ନେଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ କୋଲକାତା ବେଞ୍ଚ ପକ୍ଷରୁ ପୃଥକ୍‌ ମାମଲା ରୁଜୁ ହୋଇଥିଲା। ମାମଲାର ଶୁଣାଣି କରି ଲିଜ୍‌ଧାରୀଙ୍କୁ ୧୭କୋଟି ୩ଲକ୍ଷ ୧୬ହଜାର ୨୭୨ଟଙ୍କା ଜରିମାନା କରିଛନ୍ତି। ଏହା ସହ ବଡ଼ସାହି ତହସିଲଦାର ଓ ଲିଜଧାରୀଙ୍କ ନାମରେ ଆଇପିସି, ସିଆରପିସି ଓ ପବ୍ଲିକ ଅର୍ଥ ହେର୍‌ଫେର୍‌ ଆକ୍ଟ ୨୦୦୨କୁ ନେଇ ମାମଲା ରୁଜୁ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ବ୍ୟକ୍ତିଗତ ଆଫିଡେଭିଟ୍‌ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ବାରିପଦା ସଦର ଉପଜିଲାପାଳଙ୍କ ଅଭିଯୋଗ କ୍ରମେ ପୃଥକ୍‌ ମାମଲା ରୁଜୁ କରାଯାଇଛି। ତେବେ ମାମଲାରେ ଜଡ଼ିତ ଥିବା ତହସିଲଦାରଙ୍କୁ ଗିରଫ କରାଯାଇ ନ ଥିବା ବେଳେ ଜାଣିଶୁଣି ସୁରକ୍ଷା ପ୍ରଦାନ କରାଯାଉଛି ବୋଲି ଅଞ୍ଚଳବାସୀଙ୍କ ମଧ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। ପୋଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରା ନ ଗଲେ ଅଞ୍ଚଳବାସୀଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri