ଆନ୍ଧ୍ରକୁ ଏନ୍‌ଜିଟିଙ୍କ ନିର୍ଦ୍ଦେଶ: ଅନ୍ୟ ରାଜ୍ୟ ଅଭିଯୋଗ ଶୁଣ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ ନେଇ ଗୋଦାବରୀ ଉପରମୁଣ୍ଡରେ ଥିବା ରାଜ୍ୟଗୁଡିକ ସମସ୍ୟା କଥା ବୁଝ । ଏକ ମିଳିତ ବୈଠକ ଡାକି ସେମାନଙ୍କ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଅ। ଶନିବାର ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପୋଲାଭରମ ପ୍ରକଳ୍ପ ଅଥରିଟି(ପିପିଏ) ଏବଂ ଆନ୍ଧ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଦୁଇମାସ ମଧ୍ୟରେ କେନ୍ଦ୍ରୀୟ ଜଳ ଆୟୋଗ(ସିଡବ୍ଲ୍ୟୁସି), ଗୋଦାବରୀ ଜଳ ବିବାଦ ଟ୍ରିବ୍ୟୁନାଲ (ଡବ୍ଲ୍ୟୁଆରଡିଟି), ପିପିଏ ଏବଂ ଆନ୍ଧ୍ରପ୍ରଦେଶ ସରକାରଙ୍କ ଜଳ ସମ୍ପଦ ବିଭାଗ, ଓଡ଼ିଶା ସମେତ ତେଲଙ୍ଗାନା ଏବଂ ଛତିଶଗଡ଼ ସରକାରଙ୍କ ଅଧିକାରୀଙ୍କ ସହ ଏକ ମିଳିତ ବୈଠକ କରି ପ୍ରକଳ୍ପକୁ ନେଇ ଦେଖାଦେଇଥିବା ବିବାଦର ସମାଧାନ କରିବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆନ୍ଧ୍ରପ୍ରଦେଶ ଜଳ ସମ୍ପଦ ବିଭାଗ ଏବଂ ପୋଲାଭରମ ପ୍ରକଳ୍ପ ଅଥରିଟି ପ୍ରଭାବ ନେଇ ପରୀକ୍ଷା କରିବେ। ପ୍ରକଳ୍ପ ଉପରମୁଣ୍ଡରେ ଥିବା ଲୋକଙ୍କ ସ୍ବାର୍ଥ ରକ୍ଷା ଲାଗି କି ପ୍ରତିକାର ବ୍ୟବସ୍ଥା କରାଯାଇଛି, ଡ୍ୟାମ୍‌ ସୁରକ୍ଷା ବୈଠକରେ ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶନାମା ବିଷୟରେ କେନ୍ଦ୍ର ଜଳ ଶକ୍ତି ମିଶନ, କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ତେଲଙ୍ଗାନା, ଓଡ଼ିଶା, ଛତିଶଗଡ଼, ଆନ୍ଧ୍ରପ୍ରଦେଶ କେନ୍ଦ୍ରୀୟ ଜଳ ଆୟୋଗ ଏବଂ ପିପିଏକୁ ଅବଗତ କରାଇବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ପୋଲାଭରମ ପ୍ରକଳ୍ପକୁ ଓଡ଼ିଶା ବିରୋଧ କରିଆସୁଛି। ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲାର ବହୁ ଗ୍ରାମ ଓ ଚାଷଜମି ମଧ୍ୟ ବୁଡିଯିବ। ଓଡ଼ିଶା ସରକାର ଏହାକୁ ଦୀର୍ଘଦିନ ଧରି ବିରୋଧ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri