ଗ୍ୟାସ ଲିକ୍‌ ଘଟଣାରେ ଆର୍‌ଏସ୍‌ପିକୁ ଏନ୍‌ଜିଟିର ନୋଟିସ୍‌

ରାଉରକେଲା ଅଫିସ,୧୨ା୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)କୁ ନ୍ୟାସନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନୋଟିସ୍‌ ଜାରି କରିଛି। ଗ୍ୟାସ ନିର୍ଗତ ହେବା ଯୋଗୁ ପରିବେଶ ପ୍ରଦୂଷଣ ପ୍ରସଙ୍ଗରେ ଏନ୍‌ଜିଟି ନୋଟିସ୍‌ ଜାରିକରି ଆସନ୍ତା ଫେବୃୟାରୀ ୧୧ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏହି ନୋଟିସ ପ୍ରସଙ୍ଗ ପ୍ରଚାରିତ ହେବା ପରେ ଆର୍‌ଏସ୍‌ପି ଭିତରେ ତଥା ସହରରେ ପୁଣି ଚର୍ଚ୍ଚା ଜୋର ଧରିଛି। ରାଉରକେଲା ଇସ୍ପାତ କାରଖାନାର ରକ୍ଷଣାବେକ୍ଷଣ କାମ ଚାଲିଥିବାବେଳେ ଗ୍ୟାସ ନିର୍ଗତ ହେବାରୁ ଏହାର ସଂସ୍ପର୍ଶରେ ଆସି ୪ ଠିକା ଶ୍ରମିକ ଗତ ୬ ତାରିଖରେ ମୃତ୍ୟୁବରଣ କରିଥିଲେ। ଉକ୍ତ ଘଟଣାଦିନ କାରଖାନା କର୍ତ୍ତୃପକ୍ଷ ୨ଜଣ ଡିଜିଏମ୍‌ଙ୍କୁ ସସ୍‌ପେଣ୍ଡ କରିଥିବା ବେଳେ ଜଣେ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କୁ ଘଟଣାର ପରଦିନ ସସ୍‌ପେଣ୍ଟ କରିଥିଲେ। ଏହା ପରେ ଏନ୍‌ଜିଟି ନିଜପଟୁ ମାମଲାର ହସ୍ତକ୍ଷେପ କରିଛନ୍ତି। ଏନ୍‌ଜିଟିଙ୍କ ଏହି ହସ୍ତକ୍ଷେପ ଓ ନୋଟିସ ଜାରିକୁ ବିଭିନ୍ନ ମହଲରୁ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?