Posted inଜାତୀୟ

ବଢିଲା ବ୍ରିଜ୍‌ଭୂଷଣଙ୍କ ସମସ୍ୟା, ବେଆଇନ ଖନନ ଅଭିଯୋଗର ଯାଞ୍ଚ କରିବ ଏନ୍‌ଜିଟି

ଲକ୍ଷ୍ନୌ, ୩।୮ଷ: ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ସମସ୍ୟା ବଢିବାରେ ଲାଗିଛି। ଯୌନ ଉତ୍ପୀଡ଼ନ ଅଭିଯୋଗର ସମ୍ମୁଖୀନ ହେଉଥିବା ବ୍ରିଜ୍‌ଭୂଷଣଙ୍କ ବିରୋଧରେ ବେଆଇନ ଖନନ ମାମଲାର ତଦନ୍ତ ପାଇଁ ଗୁରୁବାର ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗୋଣ୍ଡାର ୩ଟି ଗ୍ରାମରେ ବ୍ରିଜ୍‌ଭୂଷଣଙ୍କ ବିରୋଧରେ ବେଆଇନ ଖଣି ଖନନ ଅଭିଯୋଗ ହୋଇଥିଲା।

ଅଭିଯୋଗକାରୀ ଗୋଣ୍ଡାର ମଜାରଥ, ଜୈତପୁର ଏବଂ ନବାବଗଞ୍ଜ ଗ୍ରାମରେ ବେଆଇନ ବାଲି ଖନନ କରିବା ସହ ପ୍ରତିଦିନ ୭୦୦ରୁ ଅଧିକ ଓଭରଲୋଡ ଟ୍ରକ୍‌ ଯୋଗେ ରାସ୍ତା ଓ ବ୍ରିଜ ନଷ୍ଟ ହୋଇଥିବାର ଅଭିଯୋଗ କରିଛନ୍ତି। ଏଥିପାଇଁ ଜୁଡିସିଆଲ ମେମ୍ବର ଜଷ୍ଟିସ ଅରୁଣ କୁମାର ତ୍ୟାଗି ଏବଂ ବିଶେଷଜ୍ଞ ସଦସ୍ୟ ଏ ସୈନ୍ଥିଲ ବେଲଙ୍କ ଏକ ବେଞ୍ଚ କହିଛନ୍ତି ଯେ, ଏହି ମାମଲା ଶୁଣିବା ପରେ ଏହା ପରିବେଶ ସହ ଜଡିତ ଥିବା ଜଣାପଡିଛି। ତେଣୁ ପରିସ୍ଥିତିକୁ ଅନୁଧ୍ୟାନ କରିବା ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଏକ ମିଳିତ କମିଟି ଗଠନ କରାଯିବ।

ଏନଜିଟି ଅନୁସନ୍ଧାନ ପାଇଁ ଏକ ମିଳିତ କମିଟି ଗଠନ କରିଛି ଯେଉଁଥିରେ ପରିବେଶ ମନ୍ତ୍ରଣାଳୟ, କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି), ରାଷ୍ଟ୍ରୀୟ ସ୍ବଚ୍ଛ ଗଙ୍ଗା ମିଶନ, ୟୁପି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ଗୋଣ୍ଡାର ଡିଏମ ସାମିଲ ରହିଛନ୍ତି। ବେଆଇନ ଖଣି ଏବଂ ଓଭରଲୋଡ ଟ୍ରକ୍‌ ଯୋଗୁଁ ପରିବେଶରେ ହୋଇଥିବା କ୍ଷୟକ୍ଷତିର କମିଟି ଅନୁସନ୍ଧାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri