Posted inଜାତୀୟ

ଏନ୍‌ଜିଟିର ନଦୀ ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଦେଶର ନଦୀ, ହ୍ରଦ ଓ ଜଳାଶୟଗୁଡ଼ିକର ସୁରକ୍ଷା ଲାଗି ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏଗୁଡ଼ିକର ସୁରକ୍ଷା ଲାଗି ନୋଡାଲ ଏଜେନ୍ସି ଗଠନ କରିବାକୁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବମାନଙ୍କ ତତ୍ତ୍ୱାବଧାନରେ ଏହି ଏଜେନ୍ସିଗୁଡ଼ିକ ଜାନୁୟାରୀ ୩୧ ସୁଦ୍ଧା ବୈଠକ କରିବାକୁ କୁହାଯାଇଛି। ସେମାନେ ସ୍ଥିତି ସମୀକ୍ଷା କରିବା ସହ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ଯୋଜନା କରିବେ ଓ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେବେ। ଦେଶର ୩୫୧ଟି ନଦୀକୁ ପ୍ରଦୂଷଣରୁ ରକ୍ଷା କରିବା ପାଇଁ ଗଠିତ କେନ୍ଦ୍ରୀୟ ଅନୁଧ୍ୟାନ କମିଟିକୁ ମଧ୍ୟ ନଦୀ ଓ ହ୍ରଦଗୁଡ଼ିକର ପୁନରୁଦ୍ଧାର ପାଇଁ ନିଆଯାଉଥିବା ପଦକ୍ଷେପର ଯାଞ୍ଚ କରିବାକୁ କୁହାଯାଇଛି। ଉକ୍ତ କମିଟି ବର୍ଷକୁ ଅନ୍ତତଃ ୩ ଥର ରାଜ୍ୟଗୁଡ଼ିକର ଜଳ ଉତ୍ସର ରକ୍ଷଣାବେକ୍ଷଣ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିବେ। ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ପ୍ରଥମ ଅନୁଧ୍ୟାନ କରିବାକୁ କୁହାଯାଇଛି।
ରାଜ୍ୟ ସରକାର ଜଳ ଉତ୍ସଗୁଡ଼ିକର ଟ୍ରଷ୍ଟି ଭାବେ ସୁରକ୍ଷା ଦେବା ଦିଗରେ କାର୍ଯ୍ୟ କରିବେ ବୋଲି ଏନ୍‌ଜିଟି ଅଧ୍ୟକ୍ଷ ଜଷ୍ଟିସ୍‌ ଏ.କେ. ଗୋଏଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ନଦୀ, ହ୍ରଦଗୁଡ଼ିକର ସୁରକ୍ଷା ଦିଗରେ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ଉପଯୁକ୍ତ ପଦକ୍ଷେପ ନିଆଗଲେ ଏହା କେବଳ ନଦୀ ଓ ଅନ୍ୟ ଜଳ ଉତ୍ସଗୁଡ଼ିକର ସୌନ୍ଦର୍ଯ୍ୟ ବୃଦ୍ଧିରେ ସହାୟକ ହେବ ନାହିଁ, ବରଂ ପର୍ଯ୍ୟାପ୍ତ ଜଳ ମିଳିବା ସହ ଜଳଜୀବ ଓ ମାଇକ୍ରୋକ୍ଲାଇମେଟ୍‌ର ସୁରକ୍ଷା ହୋଇପାରିବ। ହରିୟାଣାରେ ରହୁଥିବା ଅବସରପ୍ରାପ୍ତ ଲ୍ୟୁଟନାଣ୍ଟ କଲୋନେଲ୍‌ ସର୍ବଦମନ ସିଂ ଓବେରଇଙ୍କ ପକ୍ଷରୁ ହୋଇଥିବା ଆବେଦନ ଉପରେ ଟ୍ରିବ୍ୟୁନାଲ ଶୁଣାଣି କରିଥିଲେ। ସେ ଗୁରୁଗ୍ରାମର ଘାଟ ହ୍ରଦ ସମେତ ଅନ୍ୟ ୨୧୪ ନଦୀ, ହ୍ରଦ ଓ ପ୍ରାକୃତିକ ଜଳ ଉତ୍ସଗୁଡ଼ିକର ସୁରକ୍ଷା ପାଇଁ ଆବେଦନ କରିଥିଲେ। ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ଟ୍ରିବ୍ୟୁନାଲ ପିଟିଶନର ପରିସରକୁ ସାରା ଦେଶକୁ ବଢ଼ାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri