ବର୍ଷାରେ ବେହାଲ ଏନ୍‌ଏଚ୍‌ ୫୫

ଢେଙ୍କାନାଳ, ୫।୭(ରତନ ନାୟାର): ଧାର୍ଯ୍ୟ ସମୟ ବିତିଲା। ହେଲେ ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟ ଶେଷ ହେଲାନାହିଁ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାବେଳେ ବର୍ଷାରେ ବେହାଲ ହୋଇପଡ଼ିଛି ୪ ଜିଲାବାସୀଙ୍କ ଜୀବନରେଖା।
କଟକ, ଢେଙ୍କାନାଳ, ଅନୁଗୋଳ ଏବଂ ସମ୍ବଲପୁର ଜିଲାର ଅନ୍ୟତମ ବ୍ୟସ୍ତବହୁଳ ତଥା ଗୁରୁତ୍ୱପୂର୍ଣ୍ଣ ୫୫ନଂ. ଜାତୀୟ ରାଜପଥ କେବେ ପୂର୍ଣ୍ଣାଙ୍ଗ ରୂପ ନେବ, ତାହାର ଉତ୍ତର କାହାରି ପାଖରେ ନାହିଁ। ଏନ୍‌ଏଚ୍‌ଏଆଇ ବାରମ୍ବାର ଦିନ ଗଡ଼ାଇ ଚାଲିଥିବାବେଳେ ମୌସୁମୀ ବର୍ଷାରେ ଖାଲଖମାରେ ଭର୍ତ୍ତି ହୋଇଥିବା ରାସ୍ତା ମରଣଯନ୍ତା ପାଲଟିଛି। ଫଳରେ ୨୦୧୮ରୁ ଅଦ୍ୟାବଧି ଯାତନା ଭୋଗୁଛନ୍ତି ୪ ଜିଲାର ବାସିନ୍ଦା।
ଜାତୀୟ ରାଜପଥ ୫୫ ସମ୍ପ୍ରସାରଣ କାର୍ଯ୍ୟ ଶେଷ କରିବା ଲାଗି ଗତ ଜୁନ୍‌ରେ ଜିଲା ପ୍ରଶାସନ, ଏନ୍‌ଏଚ୍‌ଏଆଇ ଅଧିକାରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜୁନ୍‌ ୩୦ ସୁଦ୍ଧା ରାସ୍ତା କାମ ଏବଂ ଡିସେମ୍ବର ସୁଦ୍ଧା ସମସ୍ତ ଓଭରବ୍ରିଜ କାମ ଶେଷ ହେବ ବୋଲି ଏନ୍‌ଏଚ୍‌ଏଆଇ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଜୁନ୍‌ ଶେଷ ହୋଇଯାଇଥିବାବେଳେ ୫୦% କାମ ମଧ୍ୟ ସରି ନ ଥିବା ଜଣାପଡ଼ିଛି। ରାସ୍ତାରେ ସୃଷ୍ଟି ହୋଇଥିବା ବଡ଼ ବଡ଼ ଗର୍ତ୍ତରେ ଏବେ ବର୍ଷା ପାଣି ଜମି ରହୁଛି। ଫଳରେ କୌଣସି ସମୟରେ ଦୁର୍ଘଟଣା ଘଟି ଯେ ଧନଜୀବନ ହାନି ନ ହେବ, ସେହି ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ।
ବିଶେଷ କରି ଓଡ଼ାପଡ଼ା ବ୍ଲକରେ ସ୍ଥିତି ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ମୋଟଙ୍ଗା ଅଞ୍ଚଳରେ ଅସରାଏ ବର୍ଷାହେଲେ ୫୫ନଂ. ଏନ୍‌ଏଚ୍‌ରେ ଅଣ୍ଟାଏ ଉଚ୍ଚର ପାଣି ଚାଲୁଛି। ଯାନବାହନ ଚଳାଚଳ ଠପ୍‌ ହୋଇଯାଉଛି। ସେହିପରି ଓଭରବ୍ରିଜ୍‌ ଓ ହାତୀ ଚଲାପଥ ନିର୍ମାଣ କେବେ ସରିବ ସେ ସମ୍ପର୍କରେ ମଧ୍ୟ ଏନ୍‌ଏଚ୍‌ଏଆଇ ଅଧିକାରୀ ସ୍ପଷ୍ଟ କରୁନାହାନ୍ତି। ଫଳରେ ୨୦୨୩ ସୁଦ୍ଧା ରାଜପଥ ନିର୍ମାଣ କାର୍ଯ୍ୟ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏହାକୁ ନେଇ ବୁଦ୍ଧିଜୀବୀ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ଆବଶ୍ୟକ ହେଲେ ଦଳମତ ନିର୍ବିଶେଷରେ ଆନ୍ଦୋଳନ କରାଯିବ ବୋଲି ପୂର୍ବତନ ନଗରପାଳ ସୁରେନ୍ଦ୍ର ମିଶ୍ର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?