ପ୍ରଧାନଶିକ୍ଷକଙ୍କ ଖଲାସ ଦାବିରେ ଛାତ୍ରୀଛାତ୍ରମାନଙ୍କ ଏନ୍‌ଏଚ୍‌ ଅବରୋଧ

କୁଆଁରମୁଣ୍ଡା,୨୭।୮(ଡି.ଏନ୍‌.ଏ.): ସଞ୍ଜୟ ସାର ନିର୍ଦ୍ଧୋଷ। ତାଙ୍କୁ ଭିଜିଲାନ୍ସ ଜାଲରେ ଫସାଇ ଦିଆଯାଇଛି। ତେଣୁ ତାଙ୍କୁ ତୁରନ୍ତ ଛାଡ଼ିଦେବାକୁ ଦାବି କରି ଶନିବାର ଅପରାହ୍ନରେ କୁମଝରିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ୧୪୩ ନମ୍ବର ଜାତୀୟ ରାଜପଥ (ଏନ୍‌ଏଚ୍‌) ଅବରୋଧ କରି ଆନ୍ଦୋଳନ କରିଛନ୍ତି। ଫଳରେ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସାର୍‌ଙ୍କୁ ନ ଛାଡ଼ିବା ପର୍ଯ୍ୟନ୍ତ ରାଜପଥ ଅବରୋଧରୁ ହଟିବେ ନାହିଁ କି ଖାଇବେ ନାହିଁ ବୋଲି ଛାତ୍ରୀଛାତ୍ରମାନେ ଜିଦ୍‌ ଧରି ବସିଛନ୍ତି। ଏପରିକି ସେ ଜଣେ ସଚ୍ଚୋଟ ଏବଂ ଉତ୍ତମ ସ୍ବଭାବର ବ୍ୟକ୍ତି ବୋଲି ଛାତ୍ରୀଛାତ୍ରମାନେ କହିଛନ୍ତି।
ସୂଚନାଯୋଗ୍ୟ, ମାଟ୍ରିକ୍‌ ପରୀକ୍ଷାର ମାର୍କଶିଟ୍‌ ପ୍ରଦାନ ସମୟରେ ଜଣେ ଛାତ୍ରୀଙ୍କଠାରୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସଞ୍ଜୟ କୁମାର ସାମଲଙ୍କୁ ଶୁକ୍ରବାର ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ। ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ବହୁଚର୍ଚ୍ଚିତ କୁମଝରିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସଞ୍ଜୟ କୁମାର ସାମଲଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ଭିଜିଲାନ୍ସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri