Posted inUncategorized

ଏନ୍‌ଏଚ୍‌-୩୭ ପ୍ରଶସ୍ତିକରଣ, କଟାଯିବ ୨,୫୦୦ ଗଛ…

ଗୁଆହାଟି, ୪।୪ : ଜାତୀୟ ରାଜପଥ (ଏନ୍‌ଏଚ୍‌)-୩୭ର ପ୍ରଶସ୍ତିକରଣ ପ୍ରକଳ୍ପ ପାଇଁ ଆସାମର ରାଜଧାନୀ ଗୁଆହାଟିରେ ପ୍ରାୟ ୨,୫୦୦ ଗଛ କଟାଯାଉଛି। ଜାତୀୟ ରାଜପଥ ୩୭ରେରେ ଜାଲୁକବାରୀ ଠାରୁ ଓ୍ବଶିଷ୍ଠ ପର୍ଯ୍ୟନ୍ତ ୧୬.୫ କିଲୋମିଟର ପର୍ଯ୍ୟନ୍ତ କାର୍ଯ୍ୟ ଗତ ସପ୍ତାହରେ ଆରମ୍ଭ ହୋଇଛି। ଗତ କିଛି ମାସ ମଧ୍ୟରେ ଏହା କ୍ରମାଗତ ଦ୍ୱିତୀୟ ଥର ପାଇଁ ରାଜଧାନୀର ବଡ଼ ସବୁଜିମା ଅଂଶ ଶେଷ ହେବାକୁ ଯାଉଛି।

କିଛି ମାସ ପୂର୍ବେ ଫ୍ଲାଏ ଓଭର ଏବଂ ରାସ୍ତା ନିର୍ମାଣ ପାଇଁ ପ୍ରାୟ ୩୦୦ ଗଛ କଟାଯାଇଥିଲା। ଭାରତୀୟ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଆଞ୍ଚଳିକ ଅଧିକାରୀ (ଉତ୍ତର-ପୂର୍ବ) ଆଲୋକ କୁମାର କହିଛନ୍ତି ଯେ ପ୍ରାୟ ୩୦୦ ଗଛ କଟା ହୋଇସାରିଛି। ସେଗୁଡିକ କାଟିବା ପୂର୍ବରୁ ବନ ବିଭାଗ ସହିତ ଆଲୋଚନା ହୋଇଥିଲା। ସେ କହିଛନ୍ତି ଯେ ବିଦ୍ୟମାନ ଚାରି ଲେନ ବିଶିଷ୍ଟ ରାଜପଥକୁ ଛଅ ଲେନ କରାଯିବ ଏବଂ ସର୍ଭିସ୍‌ ରାସ୍ତାକୁ ଦୁଇ ଲେନ କରାଯିବ। ଏହି ସମଗ୍ର ପ୍ରକଳ୍ପ ପାଇଁ ୩୫୬.୦୨ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ସହରକୁ ଟ୍ରାଫିକ ମୁକ୍ତ କରିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ ।

ନାଗରିକମାନେ ଗୁଆହାଟିରେ ଗଛ କାଟିବା ବନ୍ଦ କରିବାକୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କୁ ଅନୁରୋଧ କରିଛନ୍ତି। ଏନେଇ ନାଗରିକଙ୍କ ଗୋଷ୍ଠୀ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏକ ସ୍ମାରକପତ୍ର ପଠାଇଛନ୍ତି। ୩୨୧ ଜଣ ଏଥିରେ ଦସ୍ତଖତ କରିଛନ୍ତି ଏବଂ ଏହାକୁ ମାର୍ଚ୍ଚ ୩୧ ରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି।

ଗଛ କାଟିବାକୁ ବିରୋଧ କରୁଥିବା ସଂଗଠନ ପକ୍ଷରୁ ଗଛ ଗୁଡିକର ସୁରକ୍ଷା ପାଇଁ ଏକ ମାନବ ଶୃଙ୍ଖଳା ଗଠନ କରାଯାଇଛି।
ଜାତୀୟ ରାଜପଥରେ ଅବଶିଷ୍ଟ ଗଛ କାଟିବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ନାଗରିକ ଗୋଷ୍ଠୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?