ଓଡ଼ିଶା, ଛତିଶଗଡ଼କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ଭୁବନେଶ୍ୱର,୫।୨(ବ୍ୟୁରୋ): ହୀରାକୁଦ ନଦୀବନ୍ଧ ଯୋଜନା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ ସମ୍ପର୍କିତ ଏକ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଏବଂ ଛତିଶଗଡ଼ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ କରିଛନ୍ତି। ଏହି ଦୀର୍ଘ ଅସମାହିତ ପ୍ରସଙ୍ଗରେ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁର ଜିଲାପାଳଙ୍କୁ ମଧ୍ୟ ନୋଟିସ ହୋଇଛି। ବରିଷ୍ଠ ଆଇନଜୀବୀ ରାଧାକାନ୍ତ ତ୍ରିପାଠୀ ଦାଖଲ କରିଥିବା ପ୍ରାୟ ୫ ବର୍ଷ ପୁରୁଣା ଏକ ପିଟିଶନର ଶୁଣାଣି କରି କମିଶନ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଏକ ରିପୋର୍ଟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏନ୍‌ଏଚ୍‌ଆର୍‌ସି କହିଛନ୍ତି, ହୀରାକୁଦ ଡ୍ୟାମ୍‌ ନିର୍ମାଣ ବେଳେ ହଜାର ହଜାର ପରିବାର ବିସ୍ଥାପିତ ହୋଇଥିଲେ। ଏହାର ୬୦ ବର୍ଷ ପରେ ମଧ୍ୟ ସେମାନଙ୍କୁ ପୁନଃ ଥଇଥାନ କରାଯାଇ ନାହିଁ କିମ୍ବା ଓଡ଼ିଶା ସରକାରଙ୍କ ପ୍ରତିଶ୍ରୁତି ମୁତାବକ କ୍ଷତିପୂରଣ ଦିଆଯାଇ ନାହିଁ। ଏଥିଯୋଗୁ ବିସ୍ଥାପିତ ପରିବାରଗୁଡ଼ିକ ଏବେ ବି ଦୟନୀୟ ଅବସ୍ଥାରେ ଜୀବନ ବିତାଉଛନ୍ତି। ଏହି ପରିପ୍ରେକ୍ଷୀରେ ବାସଗୃହ ନିର୍ମାଣ ପାଇଁ ଜମି ପାଇବାକୁ ଆବେଦନ କରିଥିବା ଲୋକଙ୍କୁ ପ୍ରମାଣିକ ଦସ୍ତାବିଜ ନ ଥିବା ଦର୍ଶାଇ ଓଡ଼ିଶା ସରକାର ସେମାନଙ୍କ ଆବେଦନକୁ ଅଗ୍ରାହ୍ୟ କରିଦେଇଛନ୍ତି। ଏହାକୁ ନେଇ ମଧ୍ୟ ଏନ୍‌ଏଚ୍‌ଆର୍‌ସି ପ୍ରଶ୍ନ ଉଠାଇଛନ୍ତି। ବିସ୍ଥାପିତ ହେବାର ୬୬ ବର୍ଷ ପରେ ପ୍ରମାଣ ଦେଖାଇବା ଅସମ୍ଭବ। ସରକାରଙ୍କ ପାଖରେ ବିସ୍ଥାପନର ରେକର୍ଡ ନାହିଁ। ଏହି ପ୍ରସଙ୍ଗରେ କୌଣସି ସର୍ଭେ ମଧ୍ୟ କରାଯାଇ ନାହିଁ। ତେଣୁ ଓଡ଼ିଶା ସରକାର ୧୩,୭୪୦ ବିସ୍ଥାପିତ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ କରି ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷେ ଛତିଶଗଡ଼ସ୍ଥିତ ସରଗୁଜା ଓ ରାୟଗଡ଼ ଜିଲାର ପ୍ରଭାବିତ ୨୦ଟି ଗ୍ରାମର ଲୋକଙ୍କୁ ଥଇଥାନ ନିମନ୍ତେ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି, ତାହା ଉପରେ ମଧ୍ୟ ୬ ସପ୍ତାହ ଭିତରେ ରିପୋର୍ଟ ପ୍ରଦାନ ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ଆଇନଜୀବୀ ରାଧାକାନ୍ତ ତ୍ରିପାଠୀ ୧୯୫୨-୫୩ରେ ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ବେଳେ ୨୬,୫୬୧ ପରିବାର ବିସ୍ଥାପିତ ହୋଇଥିବା ଦର୍ଶାଇ ସେମାନଙ୍କ ଥଇଥାନ ଲାଗି ଏନ୍‌ଏଚ୍‌ଆର୍‌ସିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri