ଏନ୍‌ଏଚ୍‌ପିସି-ଗ୍ରୀଡ୍‌କୋ ଚୁକ୍ତି

ଭୁବନେଶ୍ୱର,୨୫।୬: ଦେଶର ସର୍ବବୃହତ୍‌ ଜଳବିଦ୍ୟୁତ୍‌ ବିକାଶ ସଙ୍ଗଠନ ଏନ୍‌ଏଚ୍‌ପିସି ଲିମିଟେଡ୍‌ ଏବଂ ଓଡ଼ିଶା ସରକାରଙ୍କ ପ୍ରମୁଖ ନିଗମ ଗ୍ରୀଡ୍‌କୋ ମଧ୍ୟରେ ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି ପମ୍ପଡ୍‌ ଷ୍ଟୋରେଜ୍‌ ପ୍ରକଳ୍ପ ଏବଂ ଓଡ଼ିଶାରେ ଅକ୍ଷୟ ଶକ୍ତିର ବିକାଶ ପାଇଁ ଉକ୍ତ ବୁଝାମଣା ହୋଇଥିତ୍ବାବେଳେ ଅତି କମ୍‌ରେ ୨୦୦୦ ମେଗାୱାଟ୍‌ର ସ୍ବୟଂ ଚିହ୍ନିତ ପମ୍ପଡ୍‌ ଷ୍ଟୋରେଜ୍‌ ପ୍ରକଳ୍ପ ଏବଂ ୧୦୦୦ ମେଗାୱାଟର ଅକ୍ଷୟ ଶକ୍ତି ପ୍ରକଳ୍ପ (ଭୂମି ଉପରେ ସୌର ପ୍ରକଳ୍ପ-ଭାସମାନ ସୌର ପ୍ରକଳ୍ପ) ସ୍ଥାପନ କରିବାକୁ ଉଭୟ ସଂସ୍ଥା ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏନ୍‌ଏଚ୍‌ପିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ରଣନୀତିକ ବ୍ୟବସାୟ ବିକାଶ ଏବଂ ପରାମର୍ଶ) ରଜତ ଗୁପ୍ତା ଏବଂ ଗ୍ରୀଡ୍‌କୋର ପରିଚାଳନା ନିର୍ଦ୍ଦେଶକ ତ୍ରିଲୋଚନ ପଣ୍ଡାଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ଏହି ଅବସରରେ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗ୍ରୀଡ୍‌କୋର ଅଧ୍ୟକ୍ଷ ନିକୁଞ୍ଜ ବିହାରୀ ଧଳ, ଏନ୍‌ଏଚ୍‌ପିସି ଲିମିଟେଡ୍‌ର ନିର୍ଦ୍ଦେଶକ (ପ୍ରକଳ୍ପ) ବିଶ୍ୱଜିତ ବସୁ ଏବଂ ଉଭୟ ସଂସ୍ଥାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri