ଆଉଥରେ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):କୋରାପୁଟ ସଦର ଥାନା ଅନ୍ତର୍ଗତ ମାଝିଗୁଡ଼ା ଗ୍ରାମ ରାସ୍ତାରେ ଭାରତମାଳା ଯୋଜନାରେ ଖୋଳାଯାଇଥିବା ଗାତରେ ପଡ଼ି ୪ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ୫ ମାସରୁ ଊର୍ଦ୍ଧ୍ୱ ସମୟ ବିତିଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକଙ୍କ ଅଭିଯୋଗ ଆଧାରରେ କମିଶନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଗତ ଜୁଲାଇ ୧୪ରେ କୋରାପୁଟ ଜିଲାପାଳଙ୍କୁ ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏପରି ଏକ ସମ୍ବେଦନଶୀଳ ଘଟଣାରେ ଜିଲାପାଳ ଏପର୍ଯ୍ୟନ୍ତ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ କରିନାହାନ୍ତି। ତେଣୁ କମିଶନ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ମାମଲାରେ ଆଗାମୀ ୪ ସପ୍ତାହ ମଧ୍ୟରେ ପୁଣିଥରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ ଜାନୁୟାରୀ ୨୩ ସୁଦ୍ଧା ଏହି ରିପୋର୍ଟ ଦାଖଲ କରିବାକୁ କମିଶନ ସମୟ ଦେଇଛନ୍ତି।
ସୂଚନା ଅନୁଯାୟୀ, ମାଝିଗୁଡ଼ା ଗ୍ରାମ ରାସ୍ତା କଡ଼ରେ ଭାରତମାଳା ଯୋଜନାରେ ରାସ୍ତାରେ ବିରାଟକାୟ ଗାତ ଖୋଳାଯାଇଥିଲା। ବର୍ଷା ହେବାରୁ ଉକ୍ତ ଗାତରେ ପାଣି ଜମି ରହିଥିଲା। ଗତ ଜୁନ ୨୩ରେ ସମ୍ପୃକ୍ତ ୪ ଶିଶୁ ଗାଧୋଇବାକୁ ଯାଇଥିବାବେଳେ ସେଥିରେ ପଡ଼ିଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିଲା। ମୃତ ଶିଶୁଙ୍କ ମଧ୍ୟରୁ ୩ ନାବାଳକ ଓ ଜଣେ ନାବାଳିକା ଥିଲେ। ଭାରତମାଳା ଯୋଜନାରେ ରାସ୍ତା କାର୍ଯ୍ୟ ଠିକା ନେଇଥିବା ଠିକାଦାରଙ୍କ ଦାୟିତ୍ୱହୀନତା ଯୋଗୁ ଘଟିଥିବା ଏହି ଦୁଃଖଦ ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ଏନେଇ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଅଭିଯୋଗ କରିଥିଲେ। ଏହି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ପ୍ରତି ଶିଶୁଙ୍କ ପାଇଁ ୪୦ ହଜାର ଟଙ୍କା କ୍ଷତିପୂରଣ ରାଶି ଦିଆଯାଉ ବୋଲି ସେ ଦାବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri