ଆଉଥରେ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):କୋରାପୁଟ ସଦର ଥାନା ଅନ୍ତର୍ଗତ ମାଝିଗୁଡ଼ା ଗ୍ରାମ ରାସ୍ତାରେ ଭାରତମାଳା ଯୋଜନାରେ ଖୋଳାଯାଇଥିବା ଗାତରେ ପଡ଼ି ୪ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ୫ ମାସରୁ ଊର୍ଦ୍ଧ୍ୱ ସମୟ ବିତିଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକଙ୍କ ଅଭିଯୋଗ ଆଧାରରେ କମିଶନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଗତ ଜୁଲାଇ ୧୪ରେ କୋରାପୁଟ ଜିଲାପାଳଙ୍କୁ ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏପରି ଏକ ସମ୍ବେଦନଶୀଳ ଘଟଣାରେ ଜିଲାପାଳ ଏପର୍ଯ୍ୟନ୍ତ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ କରିନାହାନ୍ତି। ତେଣୁ କମିଶନ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ମାମଲାରେ ଆଗାମୀ ୪ ସପ୍ତାହ ମଧ୍ୟରେ ପୁଣିଥରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ ଜାନୁୟାରୀ ୨୩ ସୁଦ୍ଧା ଏହି ରିପୋର୍ଟ ଦାଖଲ କରିବାକୁ କମିଶନ ସମୟ ଦେଇଛନ୍ତି।
ସୂଚନା ଅନୁଯାୟୀ, ମାଝିଗୁଡ଼ା ଗ୍ରାମ ରାସ୍ତା କଡ଼ରେ ଭାରତମାଳା ଯୋଜନାରେ ରାସ୍ତାରେ ବିରାଟକାୟ ଗାତ ଖୋଳାଯାଇଥିଲା। ବର୍ଷା ହେବାରୁ ଉକ୍ତ ଗାତରେ ପାଣି ଜମି ରହିଥିଲା। ଗତ ଜୁନ ୨୩ରେ ସମ୍ପୃକ୍ତ ୪ ଶିଶୁ ଗାଧୋଇବାକୁ ଯାଇଥିବାବେଳେ ସେଥିରେ ପଡ଼ିଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିଲା। ମୃତ ଶିଶୁଙ୍କ ମଧ୍ୟରୁ ୩ ନାବାଳକ ଓ ଜଣେ ନାବାଳିକା ଥିଲେ। ଭାରତମାଳା ଯୋଜନାରେ ରାସ୍ତା କାର୍ଯ୍ୟ ଠିକା ନେଇଥିବା ଠିକାଦାରଙ୍କ ଦାୟିତ୍ୱହୀନତା ଯୋଗୁ ଘଟିଥିବା ଏହି ଦୁଃଖଦ ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ଏନେଇ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଅଭିଯୋଗ କରିଥିଲେ। ଏହି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ପ୍ରତି ଶିଶୁଙ୍କ ପାଇଁ ୪୦ ହଜାର ଟଙ୍କା କ୍ଷତିପୂରଣ ରାଶି ଦିଆଯାଉ ବୋଲି ସେ ଦାବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?